ବଲାଙ୍ଗୀର ଷ୍ଟେଶନରେ ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫- ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚିଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ରବିବାର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା(୨୦)। ତାଙ୍କର ବର୍ଷକର ଶିଶୁସନ୍ତାନ ଅଛି ।

ସୂଚନାନୁଯାୟୀ, ସକାଳେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚିବା ପରେ ଜଣେ ବ୍ୟକ୍ତି ତାଙ୍କ ଭଉଁଣୀ ରାଧା ଗୁରୁତର ଅସୁସ୍ଥ ହୋଇପଡିଥିବା ସୂଚନା ଦେଇଥିଲେ । ଟ୍ରେନ ଭିତରେ ସେ ଛଟପଟ ହେଉଥିବା ଓ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରୁଥିବା ସମ୍ପର୍କରେ ସେଠାରେ ଉପସ୍ଥିତ ଥିବା ପୋଲିସକୁ ଖବର ଦେଇଥିଲେ। ପୋଲିସ ଆର୍‌ପିଏଫ୍‌, ରେଳବାଇ ଥାନା ପୋଲିସ ଓ ମେଡିକାଲ ଟିମ୍‌କୁ ଖବର ଦେଇଥିଲେ। ମେଡିକାଲ ଟିମ୍‌ ଓ ପୋଲିସ ତୁରନ୍ତ ଘଟଣାସ୍ଥଳକୁ ଆସିଥିଲେ। ଷ୍ଟେଶନ ଭିତରେ ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ମୃତ ରାଧା ନିଜ ପରିବାର ସହ ଦାଦନ ଶ୍ରମିକ ଭାବେ ଆନ୍ଧ୍ରପ୍ରଦେଶକୁ ଯାଇଥିଲେ। ଲକ୍‌ଡାଉନ ପୂର୍ବରୁ ତାଙ୍କ ସ୍ବାମୀ ବୈପାରୀଗୁଡାକୁ କୌଣସି କାମରେ ଆସିଥିଲେ। ଲକ୍‌ଡାଉନ ଯୋଗୁ ସେ ଆଉ ଆନ୍ଧ୍ରପ୍ରଦେଶ ଫେରିପାରି ନ ଥିଲେ। ଫଳରେ ରାଧା ନିଜର ଶିଶୁ ସନ୍ତାନ ସହ ସେଠାରେ ନିଜ ଭାଇଭାଉଜ ଓ ସମ୍ପର୍କୀୟଙ୍କ ସହ ରହିଯାଇଥିଲେ। ଶନିବାର ବିଶାଖାପାଟଣାରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରୁଥିବାବେଳେ ବାଟରେ ସେ ଅସୁସ୍ଥ ହୋଇପଡିଥିଲେ। ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚିବା ପରେ ତାଙ୍କ ଅବସ୍ଥା ଉଦ୍‌ବେଗଜନକ ହୋଇପଡିଥିଲା। ମେଡିକାଲ ଟିମ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ରାଧାଙ୍କ ମୃତଦେହକୁ ଭୀମଭୋଇ ମେଡିକାଲ କଲେଜ ଶବାଗାରକୁ ନିଆଯାଇଥିବା ଜଣାପଡିଛି । ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ମେଡିକାଲ ସୁବିଧା ନଥିବାରୁ ପ୍ରବାସୀମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri