ବଲିଉଡ୍‌ରେ ଓ୍ବାହିଦା ରେହମାନଙ୍କୁ ଏହି ଅଭିନେତା ଦେଇଥିଲେ ବ୍ରେକ୍‌

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ରର ପପୁଲାର ଓ ବରିଷ୍ଠ ଅଭିନେତ୍ରୀ ଓ୍ବାହିଦା ରେହମାନ ସୋମବାର ୮୨ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଶୁଭେଚ୍ଛୁଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ୧୯୩୮ ଫେବୃୟାରୀ ୩ରେ ତାମିଲନାଡୁରେ ଓ୍ବାହିଦା ଜନ୍ମଗ୍ରହଣ କରିଥିଲେ। ଓ୍ବାହିଦା ହିନ୍ଦୀ ସମେତ ତେଲଗୁ, ତାମିଲ, ବେଙ୍ଗଲୀ ଫିଲ୍ମରେ କାମ କରିଥିବା ବେଳେ ତାଙ୍କର ଅଭିନୟ ଯାଦୁ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ଓ୍ବାହିଦାଙ୍କୁ ୫୦ରୁ ୭୦ ଦଶକର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଗଣାଯାଇଥାଏ। ଅଭିନୟ ପାଇଁ ତାଙ୍କୁ ପଦ୍ମଶ୍ରୀ ଓ ପଦ୍ମଭୂଷଣ ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଛି। ହିନ୍ଦୀ ଫିଲ୍ମ ଜଗତରେ ଓ୍ବାହିଦାଙ୍କୁ ପ୍ରଥମେ ଗୁରୁ ଦତ୍ତ ଆଣିଥିଲେ। ଯେତେବେଳେ ତେଲଗୁ ସିନେମାରେ ଅଭିନୟ କରି ଓ୍ବାହିଦା ସଫଳତାର ପାଦ ଛୁଇଁଥିଲେ ସେତେବେଳେ ଗୁରୁ ଦତ୍ତ ତାଙ୍କୁ ଦେଖି ମୁମ୍ବାଇ ଆଣିବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ବଲିଉଡ୍‌ରେ ସେ ତାଙ୍କୁ ପ୍ରଥମ ସୁଯୋଗ ଦେଇଥିଲେ। ୧୯୫୭ରେ ଫିଲ୍ମ ‘ପ୍ୟାସା’ରେ ଗୁରୁ ଓ ଓ୍ବାହିଦାଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏହି ଦୁଇ ଯୋଡି ଏକାସାଙ୍ଗରେ କେତେଗୁଡିଏ ସୁପରହିଟ୍‌ ଫିଲ୍ମ ମଧ୍ୟ କରିଛନ୍ତି। ସେହି ସମୟରେ ଗୁରୁ ଓ ଓ୍ବାହିଦାଙ୍କ ପ୍ରେମ କାହାଣୀ ମଧ୍ୟ ବେଶ୍‌ ଚର୍ଚ୍ଚା ସାଉଁଟିଥିଲା। ସୁପରହିଟ୍‌ ଫିଲ୍ମ ‘ଗାଇଡ୍‌’ ବକ୍ସ ଅଫିସ୍‌ରେ ଧମାଲ୍‌ କରିଥିବା ବେଳେ ସେଥିରେ ଓ୍ବାହିଦା ଓ ଦେବାନନ୍ଦଙ୍କ ଅଭିନୟକୁ ପସନ୍ଦ କରାଯାଇଥିଲା। ସେହି ସମୟରେ ଏହି ଯୋଡିଙ୍କୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ୨୦୧୩ରେ ଫିଲ୍ମ ଜଗତରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଭାରତୀୟ ଶତାବ୍ଦୀ ପୁରସ୍କାର, ଫିଲ୍ମଫେୟାର ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡରେ ସମ୍ମାନିତ କରାଯାଇଥିଲା। ଏତଦ୍‌ ବ୍ୟତୀତ ଓ୍ବାହିଦା ବେଷ୍ଟ ଆକ୍‌ଟ୍ରେସ୍‌ ନ୍ୟାସନାଲ ଆଓ୍ବାର୍ଡ ଓ ସର୍ବଶ୍ରେଷ୍ଠ ଅଭିନେତ୍ରୀର ୨ଟି ଫିଲ୍ମଫେୟାର ଆଓ୍ବାର୍ଡ ମଧ୍ୟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri