ବଲିଉଡ୍‌ରେ ଡେବ୍ୟୁ କରିବେ ସୁସ୍ମିତାଙ୍କ ଝିଅ ରିନି

ମୁମ୍ବାଇ: ଗତବର୍ଷ ଓ ଚଳିତ ବର୍ଷ ବଲିଉଡ୍‌ରେ କେତେଜଣ ଷ୍ଟାର କିଡ୍ସ ଡେବ୍ୟୁ କରିଥିବା ବେଳେ ଏବେ ଏହି କ୍ରମରେ ସାମିଲ ହେବାକୁ ଯାଉଛନ୍ତି ବଲିଉଡ୍ ନାୟିକା ସୁସ୍ମିତା ସେନ୍‌ଙ୍କ ବଡ ଝି ରିନି । ଚଳିତ ବର୍ଷ ସେ ଫିଲ୍ମ ‘ସୁଟ୍ଟାବାଜି’ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବେ ବୋଲି ଜଣାପଡିଛି । ଏବେ ଏହାର କିଛି ଭାଗ ଶୁଟିଂ ଆରମ୍ଭ ହୋଇଯାଇଥିବା ବେଳେ ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଫିଲ୍ମର କାହାଣୀ କରୋନା ଭାଇରସ ସମୟରେ ଚାଲିଥିବା ଲକ୍‌ଡାଉନ ବେଳେ ପରିବାର ମଧ୍ୟରେ ଗଢିଉଠିଥିବା ବନ୍ଧନ ଉପରେ ଆଧାରିତ ବୋଲି କୁହାଯାଉଛି । କବିର ଖୁରାନା ଏହାର ନିର୍ଦ୍ଦେଶନା ଦେଉଥିବା ବେଳେ ରିନିଙ୍କ ବ୍ୟତୀତ ଏଥିରେ କୋମଳ ଛାବାଡିଆ ଓ ରାହୁଲ ବୋହରାଙ୍କୁ ରିନିଙ୍କ ଅଭିଭାବକ ଭୂମିକାରେ ଦେଖିବାକୁ ମିଳିବ । ଏହା ଡିଜିଟାଲ ପ୍ଲାଟଫର୍ମରେ ରିଲିଜ ହେବ ବୋଲି ଜଣାପଡିଛି । ପୂର୍ବରୁ କେତେଥର କିଛି ସାକ୍ଷାତ୍ କାରରେ ସୁସ୍ମିତା କହିଛନ୍ତି ଯେ ତାଙ୍କ ବଡ ଝିଅ ରିନିର ଅଭିନୟରେ ରୁଚି ରହିଛି । ଏହାସହ ସେ ଜଣେ ଭଲ ଗାୟିକା ମଧ୍ୟ । ତେଣୁ ଅନୁମାନ କରାଯାଉଛି କି ରିନି ତାଙ୍କ ଡେବ୍ୟୁ ଫିଲ୍ମରେ ଅଭିନୟ ସହ ଗୀତ ମଧ୍ୟ ଗାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri