ବଲିଉଡ୍‌ରେ ଡେବ୍ୟୁ ପାଇଁ ସଜ ହେଲେଣି ସାଉଥ୍‌ର ଏହି ହିଟ୍‌ ଅଭିନେତ୍ରୀ; ଅମିତାଭ-ସିର୍ଦ୍ଧାର୍ଥଙ୍କ ସହ ଆସିବେ ନଜର

ବମ୍ବେ: ଟଲିଉଡ୍‌ର ହିଟ୍‌ ନାୟିକା ରଶ୍ମିକା ମନ୍ଦାନା ବଲିଉଡ୍‌ରେ କରିବେ ଡେବ୍ୟୁ। ମହାନାୟକ ଅମିତାଭ ବଚ୍ଚନଙ୍କ ସହ ସେ ଫିଲ୍ମ ‘ଗୁଡ ବୟ’ରେ ନଜର ଆସିବେ। ଏନେଇ ଘୋଷଣା କରିଛନ୍ତି ଏକତା କପୁର। ଏହାଛଡ଼ା ସିର୍ଦ୍ଧାର୍ଥ ମଲହୋତ୍ରାଙ୍କ ବିପକ୍ଷରେ ‘ମିଶନ ମଜନୁ’ରେ ନଜର ଆସିବେ ରଶ୍ମିକା। ଗୋଟିଏ ନୁହେଁ ଦୁଇ ଦୁଇଟି ଫିଲ୍ମରେ ସେ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ଯାଉଥିବାକୁ ନେଇ ପ୍ରଶଂସକମାନେ ବେଶ୍‌ ଖୁସି ପ୍ରକାଶ କରିଛନ୍ତି।

୨୦୧୬ରେ କନ୍ନଡ ଫିଲ୍ମ‘କିରିକ ପାର୍ଟି’ ଜରିଆରେ ଅଭିନୟ ଜୀବନ ଆରମ୍ଭ କରିଥିଲେ ରଶ୍ମିକା। ପରେ ସେ ୨୦୧୮ରେ ଫିଲ୍ମ ‘ଚଲୋ’ରୁ ତେଲୁଗୁ ଡେବ୍ୟୁ କରିଥିଲେ। ଏହାଛଡ଼ା ଫିଲ୍ମ ‘ଡିଅର କୋମ୍ରେଡ୍‌’ରେ ବିଜୟ ଦେବରାକୋଣ୍ଡାଙ୍କ ବିପକ୍ଷରେ ତାଙ୍କ ଅଭିନୟକୁ ବେଶ ପ୍ରଶଂସା କରାଯାଇଥିଲା। ଫିଲ୍ମଟି ସେତେବେଳେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ନିକଟରେ ମହେଶ ବାବୁଙ୍କ ସହ ‘ସାରିଲେରୁ ନିକେଭାରୁ’ ସହ ସହ ନଜର ଆସିଥିଲେ ରଶ୍ମିକା। ଆଗାମୀ ଦିନରେ ଅଭିନେତ୍ରୀ ରୋମାଣ୍ଟିକ ଡ୍ରାମା ‘ଭିସ୍ମା’ ରିଲିଜ ହେବ। ଏଥିରେ ଲିଡ୍‌ ରୋଲ୍‌ରେ ଅଭିନେତା ନୀତିନ ନଜର ଆସିବେ। ଏହାଛଡ଼ା ରଶ୍ମିକା ଆଲ୍ଲୁ ଅର୍ଜୁନଙ୍କ ଫିଲ୍ମ‘ଏଏ୨୦’ରେ କାମ କରୁଛନ୍ତି। ତାମିଲ, ତେଲୁଗୁ, କନ୍ନଡ ଭାଷୀୟ ଫିଲ୍ମରେ କାମ କରି ବାହାବା ସାଉଁଟିଛନ୍ତି ରଶ୍ମିକା। ଏବେ ବଲିଉଡ୍‌ରେ ସେ କି କମାଲ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri