ବଲିଉଡ୍‌ ଫିଲ୍ମରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ମୁଖ୍ୟ କ୍ରିଷ୍ଣା ରେଡ୍ଡୀ

କଟକ ଅଫିସ,୧୫।୩: ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ମୁଖ୍ୟ କ୍ରିଷ୍ଣା ରେଡ୍ଡୀଙ୍କୁ ମିଳିଛି ବଲିଉଡ୍‌ ଟିକେଟ୍‌। ଏକ ରିୟଲିଟି ସୋ’ରେ ଭାଗ ନେବା ସହ ନିଜ ନୃତ୍ୟ ମାଧ୍ୟମରେ ସାରା ଦେଶରେ ଚର୍ଚ୍ଚିତ ହୋଇଥିବା ବ୍ରହ୍ମପୁର ଅଞ୍ଚଳର କ୍ରିଷ୍ଣା ଏବେ ଅଭିନୟ ମାଧ୍ୟମରେ ବଲିଉଡ୍‌ରେ ପାଦ ଥାପିଛନ୍ତି। ସଞ୍ଜୀବ ଜୈସୱାଲଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ‘ବଗାୱତ’ ଚଳଚ୍ଚିତ୍ରରେ ତାଙ୍କୁ ଖଳନାୟକ ଭୂମିକା ମିଳିଛି। ୩ ଦିନ ହେବ ଏହି ଚଳଚ୍ଚିତ୍ରର ଶୁଟିଂ ଲକ୍ଷ୍ନୌଠାରେ ଆରମ୍ଭ ହୋଇଛି। ସମ୍ବିଧାନ ପ୍ରଣେତା ଡ. ବି.ଆର୍‌. ଆମ୍ବେଡ୍‌କରଙ୍କ ଜୀବନ କାହାଣୀ ଉପରେ ଏହି ଚଳଚ୍ଚିତ୍ର ପର୍ଯ୍ୟବସିତ ହୋଇଛି। ସମ୍ବିଧାନ ଲେଖିବା ନିମନ୍ତେ ଆମ୍ବେଡ୍‌କର ଦେଶର ପରିସ୍ଥିତିକୁ କିଭଳି ଦେଖିଥିଲେ ତାହା ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ। ‘୧୯୨୦’ ଚଳଚ୍ଚିତ୍ରର ହିରୋ ରଜନୀଶ ଡଗଲ୍‌ ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଛନ୍ତି। ବଲିଉଡ୍‌ରେ କାର୍ଯ୍ୟ କରିବାର ସୌଭାଗ୍ୟ ହାତଗଣତି ଓଡ଼ିଆ କଳାକାରଙ୍କୁ ମିଳିଛି। ଏ ସମ୍ପର୍କରେ କ୍ରିଷ୍ଣା କହିଛନ୍ତି, ବଡ଼ ବ୍ୟାନରରେ ନିର୍ମିତ ଚଳଚ୍ଚିତ୍ରରେ କାର୍ଯ୍ୟକଲେ ଅନେକ କିଛି ଶିଖିବାକୁ ମିଳିବ। ସହଦେବ ନାମରେ ଏକ ଖଳନାୟକ ଭୂମିକା ମତେ ଦିଆଯାଇଛି। ୩ଦିନ ଶୁଟିଂ ସରିଥିବାବେଳେ ଆଉ ୪୫ଦିନ ଶୁଟିଂ ବାକି ରହିଛି। ଲକ୍ଷ୍ନୌ ସମେତ ମୁମ୍ବାଇ ଓ ରାଜସ୍ଥାନର ରାଜଗଡ଼ଠାରେ ଏହି ଚଳଚ୍ଚିତ୍ରର ଶୁଟିଂ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ କ୍ରିଷ୍ଣା-ଷ୍ଟୋରି ଅଫ ଏ ଡ୍ୟାନ୍ସର ନାମରେ ଓଡ଼ିଆ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା। ଏଥିରେ କ୍ରିଷ୍ଣା ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଆଗକୁ ଦେବୀ ନାମରେ ଏକ ଚଳଚ୍ଚିତ୍ର ପ୍ରସ୍ତୁତ ହେଉଛି ଓ ଏଥିରେ କ୍ରୀଷ୍ଣା ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?