ବଳରାମ ଖଣିରୁ କୋଇଲା ପରିବହନ ବନ୍ଦକୁ ବିରୋଧ: ୨୫ରୁ ଆନ୍ଦୋଳନ ଚେତାବନୀ

ଅନୁଗୋଳ ଅଫିସ, ୨୫ା୧୦-ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। କେତେଜଣ ରାଜନୈତିକ ବ୍ୟକ୍ତିଙ୍କୁ ହାତ କରି ଡଅଁରା ଗ୍ରାମର କିଛି ଯୁବକ ଏକଚାଟିଆ ରାଜୁତି ଚଳାଇବାକୁ ଖଣି ବନ୍ଦ କରିଥିବା ସୋଲଡ଼ା ଗ୍ରାମ କମିଟି, ଶ୍ରୀ ପରମେଶ୍ୱର ଶ୍ରମିକ ସଂଘ ଓ କଳାପାଟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ଗୁରୁବାର ଖବରଦାତା ସମ୍ମିଳନୀରେ ଅଭିଯୋଗ କରାଯାଇଛି। ଏଥିସହ ଖଣି ଚାଲୁ କରିବାକୁ ସୋଲଡ଼ା ସମେତ ସତ୍ୟବାଦୀପୁର, ନାଥଗଁାଓ, ତେଲିପୁର ଓ ଖୁରିଙ୍ଗାର ଗ୍ରାମବାସୀ ଦାବି କରିଛନ୍ତି। ଶୁକ୍ରବାର ସମାଧାନ ବାଟି ନ ଫିଟିଲେ ଶନିବାର ଠାରୁ ସୋଲଡ଼ା ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଗ୍ରାମ ସଭାପତି ଫିରୋଜ କୁମାର ପ୍ରଧାନ ଚେତାବନୀ ଦେଇଛନ୍ତି।
ଗ୍ରାମ କମିଟି, ଶ୍ରମିକ ସଂଘ ଓ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ବଳରାମ ଖଣିରୁ ଟ୍ରକ୍‌ ଯୋଗେ କୋଇଲା ପରିବହନ ଓ ପାଲ ଭିଡ଼ି ସୋଲଡ଼ା ସମେତ ସତ୍ୟବାଦୀପୁର, ନାଥଗଁାଓ, ତେଲିପୁର ଓ ଖୁରିଙ୍ଗାର ଗ୍ରାମବାସୀ ପରିବାର ପ୍ରତିପୋଷଣ କରୁଛନ୍ତି। ଏହି ଖଣିରୁ ଦୈନିକ ୨୦ ହଜାର ଟନ୍‌ କୋଇଲା ଉତ୍ତୋଳନ ହେବା ସହ ପ୍ରାୟ ୨୫୦ଟି ଟ୍ରକ୍‌ରେ ପରିବହନ କରାଯାଇଥାଏ। ମାତ୍ର କୋଇଲା ଲୋଡିଂକୁ ନେଇ ଡଅଁରା ଗ୍ରାମର କେତେଜଣ ଟ୍ରକ୍‌ ମାଲିକ ଖଣି ବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ସୋଲଡ଼ା ଗ୍ରାମବାସୀଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସରକାରଙ୍କ ରାଜସ୍ବ ମଧ୍ୟ ହାନି ଘଟିଛି। କଳାପାଟ ଟ୍ରକ୍‌ ମାଲିକ ସଂଘ ଏ ନେଇ ଜିଲା ପ୍ରଶାସନଠାରୁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri