ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୦ହଜାର ଟଙ୍କା ଜରିମାନା ଏବଂ ଅନାଦାୟସ୍ଥଳେ ଅଧିକ ୧ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ପୋକ୍‌ସୋର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସୁଲେମାନ ଖଁା ମାମଲା ପରିଚାଳନା କରିଥିଲେ।
ମାମଲାର ବିବରଣୀ ଅନୁଯାୟୀ, କଙ୍କଡ଼ାହାଡ଼ ଥାନା ଅଞ୍ଚଳର ସମ୍ପୃକ୍ତା ୧୫ ବର୍ଷିୟା ଦିବ୍ୟାଙ୍ଗ ନାବାଳିକା ୨୦୧୬ ଅକ୍ଟୋବର ୧୫ରେ ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା। ନାବାଳିକା ଜଣକ ଘରେ ଥିବାବେଳେ କେନ୍ଦୁପଡ଼ା ଗ୍ରାମର ଶିକ୍ଷକ ଜର୍ଜ ଗାଗରାଇ ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିବା ଫଳରେ ସେ ଗର୍ଭବତୀ ହୋଇଥିଲେ। ପୀଡ଼ିତା ଜଣକ ୯ମାସର ଗର୍ଭଧାରଣା କରିବା ପରେ ଘଟଣା ପଦାକୁ ଆସିଥିଲା। ଏହାପରେ ସେ ସମସ୍ତ ଘଟଣା ନିଜ ଭାଇଙ୍କୁ ଜଣାଇଥିଲେ। ଏ ନେଇ କଙ୍କଡ଼ାହାଡ଼ ଥାନାରେ ନଂ. ୪୬/୧୬ରେ ମାମଲା ରୁଜୁ କରାଯାଇଥିଲା। ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ ପୋକ୍‌ସୋ କେସ୍‌ ନଂ. ୫୦/୧୬ର ବିଚାର କରିବା ସହ ସମସ୍ତ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଏବଂ ଦସ୍ତାବିଜ ଆଧାରରେ ଅଦାଲତ ଏହି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri