ବଳାତ୍କାର ଅଭିଯୋଗରେ ୨ ଅଟକ

ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ ଏନେଇ ଏକ ମାମଲା (ନଂ ୧୯୨/୧୯) ରୁଜୁ କରି ଘଟଣାର ତଦନ୍ତ କରିବା ସହିତ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୨ ତାରିଖରେ ଯୁଗଳକିଶୋରପୁର ଠାରେ ଏକ ଫୁଟବଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହେଉଥିଲା। ଘସିପୁରା ଥାନା ଓସ୍ତପୁରା ଗ୍ରାମର ଅଭିଯୁକ୍ତ ଦୁଇ ଯୁବକ ଏହି ଖେଳ ଦେଖିବାକୁ ଯାଇଥିଲେ। ଖେଳ ଦେଖି ସାରିବା ପରେ ସନ୍ଧ୍ୟା ସମୟରେ ପିଡିତାଙ୍କୁ ଏକୁଟିଆ ପାଇ ସମ୍ପୃକ୍ତ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିବା ନେଇ ଭାରାପ୍ରାପ୍ତ ଏସଡିପିଓ ରବୀନ୍ଦ୍ର କୁମାର ମଲିକ କହିଛନ୍ତି। ପିଡୀତା ଜଣଙ୍କ ନାବାଳିକା ହୋଇଥିବାବେଳେ ଅଟକ ରହିଥିବା ଯୁବକ ଦୁଇ ଜଣ ଓସ୍ତପୁରା ଅଞ୍ଚଳର। ପିଡିତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଥିବା ପୋଲିସ ସୂଚନା ଦେଇଛି। ଏହି ଘଟଣାକୁ ଘସିପୁରା ଆଇଆଇସି ରାମଚନ୍ଦ୍ର ବିଶ୍ୱାଳ ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?