ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଗୋପାଳପୁର,୩ା୧୦- ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଗୋଳନ୍ଥରା ପୋଲିସ ବୁଧବାର ରାତିରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପଞ୍ଚମା ଗ୍ରାମର ଲକ୍ଷ୍ମୀନାରାୟଣ ପ୍ରଧାନ।
ପ୍ରକାଶ ଯେ, ଏହି ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ଘରକୁ ପ୍ରାୟ ୮ମାସ ହେଲେ ଲକ୍ଷ୍ମୀନାରାୟଣଙ୍କ ଯିବାଆସିବା କରୁଥିଲେ। ଏହା ଭିତରେ ସମ୍ପୃକ୍ତ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ପରେ ସେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖି ଆସୁଥିଲେ। ଏପରିକି ଗତ ଅଗଷ୍ଟ ୨୬ରେ ଉଭୟେ ଭୁବନେଶ୍ୱର ବୁଲିବାକୁ ଯାଇ ଏକ ଲଜ୍‌ରେ ରହିଥିଲେ। ପରଦିନ ଗ୍ରାମକୁ ଫେରୁଥିବାବେଳେ ଭୁବନେଶ୍ୱର ରେଳ ଷ୍ଟେସନରେ ଯୁବତୀଙ୍କୁ ଲକ୍ଷ୍ମୀନାରାୟଣ ଟଙ୍କା ମାଗିଥିଲେ। ସେ ନ ଦେବାରୁ ମାଡ ମାରିଥିଲେ। ଚେତାଶୂନ୍ୟ ହୋଇଯିବାରୁ ସେଠାରେ ଛାଡି ଚାଲିଆସିଥିଲେ। ଯୁବତୀ ଜଣକ ଘରକୁ ଫେରି ସେପ୍ଟେମ୍ବର ୩୦ରେ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ନଂ.୨୩୬/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ବୁଧବାର ରାତିରେ ଲକ୍ଷ୍ମୀନାରାୟଣ ଗ୍ରାମରେ ଥିବା ଖବର ପାଇ ପୋଲିସ ଚଢାଉ କରି କାବୁ କରିଥିଲା। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri