ବଳାତ୍କାର କରି ଭିଡିଓ ଭାଇରାଲ କରିବା ଅଭିଯୋଗ: ଅଭିଯୁକ୍ତ ଗିରଫ

ଜଗନ୍ନାଥପ୍ରସାଦ, ୨୦।୧୧(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବୁଧବାର ଦୁଇଜଣ ନାବାଳକଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତଜଣଙ୍କ ହେଲେ ସଞ୍ଜୀବ ମାଝି(୨୦)। ପୋକ୍ସୋ ଆଇନ ଅନୁଯାୟୀ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।

ନାବାଳିକାଙ୍କ ବାପାଙ୍କ ଅଭିଯୋଗ ମୁତାବକ, ଗତ ଅଗଷ୍ଟ ୧୨ ତାରିଖରେ ତାଙ୍କ ଝିଅ ନିକଟସ୍ଥ ପୋଖରୀକୁ ଗାଧୋଇବା ଲାଗି ଯାଇଥିବା ବେଳେ ଅଭିଯୁକ୍ତ ଦୁଇ ନାବାଳକ ତାଙ୍କୁ ବଳପୂର୍ବକ ଉଠାଇନେଇ ବଳାତ୍କାର କରିଥିଲେ। ଏପରିକି ଏହି ସମୟର ଭିଡିଓ ରେକଡିଂ ମଧ୍ୟ କରିଥିଲେ। ଏହାର କିଛି ଦିନ ପରେ ସେହି ଭିଡିଓକୁ ଅନ୍ୟ ସାଙ୍ଗ ସଞ୍ଜୀବ ମାଝିଙ୍କୁ ଦେଖାଇଥିଲେ। ଏହା ଦେଖିବା ପରେ ସଞ୍ଜୀବ ମଧ୍ୟ ଉକ୍ତ ଭିଡିଓକୁ ପୀଡ଼ିତାଙ୍କୁ ଦେଖାଇ ଭାଇରାଲ କରିବା ଧମକ ଦେଇ ବଳାତ୍କାର କରିଥିଲେ। ପରେ ଭିଡିଓକୁ ଭାଇରାଲ ମଧ୍ୟ କରିଦେଇଥିଲେ। ଏନେଇ ବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ମାମଲା(ନଂ-୧୯୫/୧୯) ରୁଜୁ କରି ମଙ୍ଗଳବାର ରାତିରେ ଗ୍ରାମରେ ଚଢ଼ାଉ କରି ଘଟଣାରେ ସମ୍ପୃକ୍ତ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ସମସ୍ତ ତଥ୍ୟ ସଂଗ୍ରହ କରିବା ପରେ ଉକ୍ତ ମୋବାଇଲକୁ ପୋଲିସ ଜବତ କରିଛି। ପୋକ୍ସୋ ଆଇନ ଅନୁଯାୟୀ ନାବାଳକଙ୍କ ଡାକ୍ତରୀମାଇନା କରାଯିବା ପରେ ଜୁଭେନାଇଲ କେନ୍ଦ୍ରକୁ ପଠାଇଦିଆଯାଇଛି। ସେହିଭଳି ଅନ୍ୟ ସାବାଳକ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅପରପକ୍ଷେ ପୀଡ଼ିତାଙ୍କୁ ମାଜିଷ୍ଟ୍ରେଟ୍‌ଙ୍କ ଆଗରେ ୧୬୪ରେ ବୟାନ ରେକର୍ଡ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?