ବଳାତ୍କାର ପୀଡିତା ଅଧ୍ୟାପିକାଙ୍କ ମୃତ୍ୟୁଦେହ ଉଦ୍ଧାର ମାମଲା: ଘଟଣାସ୍ଥଳରେ ଏସ୍‌ପିଙ୍କ ତଦନ୍ତ

ରାଇରଙ୍ଗପୁର,୩ା୧୨(ଡି.ଏନ୍‌.ଏ.): ରାଇରଙ୍ଗପୁର ଅଞ୍ଚଳସ୍ଥିତ ଏକ କଲେଜର ଜଣେ ଅଧ୍ୟାପିକା ବଳାତ୍କାରର ଶିକାର ହୋଇ ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଏହି ସମ୍ବେଦନଶୀଳ ଘଟଣାରେ ମୟୂରଭଞ୍ଜ ପୋଲିସ ସମାଲୋଚନାର ସରବ୍ୟ ହୋଇଛି। ତେବେ ସୋମବାର ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଅଧ୍ୟାପିକା ଆତ୍ମହତ୍ୟା କରିଥିବା ଘଟଣାସ୍ଥଳ (କଲେଜ ଛାତ୍ରୀନିବାସ)ରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି।
କଲେଜ ଛାତ୍ରୀନିବାସ ସୁପରିଟେଣ୍ଡେଣ୍ଟ, ସହକାରୀ ସୁପରିଟେଣ୍ଡେଣ୍ଟ ଛାତ୍ରୀନିବାସ ମାଟ୍ରନ୍‌, କଲେଜ ପ୍ରିନି୍ସପାଲଙ୍କ ସମେତ ଛାତ୍ରୀନିବାସ ଅନ୍ତେବାସୀମାନଙ୍କୁ ପୃଥକ ପୃଥକ ଭାବେ ସାକ୍ଷାତ କରି ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲା ସମ୍ପର୍କରେ ଏସ୍‌ପି ପୁରୁଷୋତ୍ତମ ଦାସ ତଦନ୍ତ କରିଥିଲେ। ଏହାବ୍ୟତୀତ ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲାକୁ ନେଇ କଲେଜ ପରିସରରେ ବିକ୍ଷୋଭ କରିଥିବା ବିକ୍ଷୋଭକାରୀ ଛାତ୍ରୀଛାତ୍ରଙ୍କୁ ଭେଟି ଆଲୋଚନା କରିଥିଲେ। ଏସ୍‌ପିଙ୍କ ତଦନ୍ତ ବେଳେ ରାଇରଙ୍ଗପୁର ପୋଲିସ ସର୍କଲ ଏସ୍‌ଡିପିଓ ସ୍ନେହାଶିଷ ସାହୁ ଏବଂ ସ୍ଥାନୀୟ ଟାଉନ୍‌ ଥାନା ଅଧିକାରୀ ଇନ୍ସପେକ୍ଟର ରଞ୍ଜନ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ମାମଲାରେ ରବିବାର ୨ ଅଭିଯୁକ୍ତ ଦେବବ୍ରତ ମଣ୍ଡଳ ଓ ସୁଜିତ ମଣ୍ଡଳଙ୍କୁ ଗିରଫ କରିବା ପରେ ସୋମବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri