ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ବରଂ ପୀଡ଼ିତାଙ୍କୁ ବାରମ୍ବାର ଥାନାକୁ ଦୌଡ଼ାଯାଇ ହଇରାଣ କରାଯାଉଛି। ଶେଷରେ ନିରୁପାୟ ହୋଇ ପୀଡ଼ିତା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ସୋମବାର ସାକ୍ଷାତକରି ନ୍ୟାୟ ଭିକ୍ଷା କରିବା ସହ ପୋଲିସ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି।
ବଣାଇ ଥାନା ଅନ୍ତର୍ଗତ କନ୍ତଯୋଡି ଗ୍ରାମରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଫେବୃୟାରୀ ୨୮ରେ ଥାନାରେ ଅଭିଯୋଗ ହୋଇଥିଲା। ପରେ ପୋଲିସ ଏକ ମାମଲା (ନଂ. ୨୧।୨୦୨୦) ରୁଜୁ କରିଥିଲା। ତଦନ୍ତକରି ଅଭିଯୁକ୍ତଙ୍କୁ ଗିରଫ କରିବା ବଦଳରେ ପୋଲିସ ହାତବାନ୍ଧି ବସିଥିବା ସୋମବାର ପୀଡିତା ସିଧାସଳଖ ଅଭିଯୋଗ କରି ଅସନ୍ତୋଷ ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ, ଇତି ମଧ୍ୟରେ ଦୁଇଦୁଇଥର ତାଙ୍କୁ ପୋଲିସ ଡାକ୍ତରୀ ମାଇନା ପାଇଁ ଡାକି ପରୀକ୍ଷା ନିରୀକ୍ଷା କରାଇ ସାରିଛି। ଏହା ସତ୍ତ୍ୱେ ବାରମ୍ବାର ଥାନାକୁ ଡକାଇ ତାଙ୍କୁ ଜନୈକା ମହିଳା ପୋଲିସ ଧମକଚମକ ଦେଉଥିବା ସଂକ୍ରାନ୍ତରେ ବଣାଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ପୀଡ଼ିତା ଅଭିଯୋଗ କରିଛନ୍ତି। ପୀଡିତା ସୋମବାର ଦେଇଥିବା ଅଭିଯୋଗପତ୍ରରେ ସ୍ପଷ୍ଟ ଉଲ୍ଲେଖ କରିଛନ୍ତି ଯେ, ତାଙ୍କୁ ଡାକ୍ତରୀ ମାଇନା ପାଇଁ ଗତମାସ ୨୮ ଏବଂ ଚଳିତମାସ ୧୪ ତାରିଖରେ ଥାନାକୁ ଡକାଯାଇଥିଲା। ଦୁଇଥର ପରୀକ୍ଷା କରାଇ ସାରିବା ପରେ ଯାଞ୍ଚ ଆଳରେ ତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରାଯାଉଛି। କେବଳ ସେତିକି ନୁହେଁ, ଥାନାର ଜଣେ ମହିଳା ପୋଲିସ ତାଙ୍କୁ ବିଭିନ୍ନ ନକରାମତ୍କ କଥାକହି ହତୋତ୍ସାହିତ କରୁଛନ୍ତି। ଡାକ୍ତରୀ ମାଇନାରେ ପୀଡିତାଙ୍କ ଗର୍ଭ ରିପୋର୍ଟ ପଜିଟିଭ୍‌ ଥିବାବେଳେ ପୁନଃ ଏକ ଅଲଟ୍ରାସାଉଣ୍ଡ କରି ପେଟରେ ପିଲା ନାହିଁ ମରିଯାଇଛି କହୁଛନ୍ତି ସମ୍ପୃକ୍ତ ମହିଳା ପୋଲିସ। ବିଭିନ୍ନ କଥା କହି ବାରମ୍ବାର ତାଙ୍କୁ ଭୟଭୀତ କରାଉଥିବା ପୀଡିତା ନିଜ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଅଦ୍ୟାବଧି ଫେରାର ଥିବା ଉପରେ ପୋଲିସର ଟାଳଟୁଳ ନୀତି ନେଇ ତାଙ୍କର ଅଭିଯୋଗ ଯଦି ସତ୍ୟ ହୁଏ ତେବେ ଉଚ୍ଚକର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ଏନେଇ ବଣାଇ ଥାନା ଆଇଆଇସି ରବୀନ୍ଦ୍ର କୁମାର ପାତ୍ରଙ୍କୁ ପଚାରିବାରୁ ସେ କହିଲେ, ତଦନ୍ତ ଚାଲିଛି। ଅଭିଯୁକ୍ତ ଫେରାର୍‌ ଅଛନ୍ତି। ଖୁବଶୀଘ୍ର ଗିରଫ କରାଯିବ। ମହିଳା ପୋଲିସ ପୀଡ଼ିତାଙ୍କୁ ହଇରାଣ କରିବା ନେଇ ତାଙ୍କ ପାଖରେ କୌଣସି ଅଭିଯୋଗ ହୋଇନାହିଁ। ପୀଡ଼ିତାଙ୍କ ଅଭିଯୋଗର ଅନୁଧ୍ୟାନ କରାଯିବ। ମହିଳା ପୋଲିସ ହଇରାଣ କରିଥିଲେ ଉଚ୍ଚ ଅଧିକାରୀଙ୍କୁ ଜଣାଇ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri