ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ଅଭିଯୁକ୍ତ ବିଭୀଷଣ ଦାସଙ୍କୁ ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ କରିଛନ୍ତି। ଜଣେ ନାବାଳିକାଙ୍କୁ ବିଭୀଷଣ ୨୦୧୪ରେ ବଳାତ୍କାର କରିଥିବା ନେଇ ପୀଡ଼ିତାଙ୍କ ପରିବାର ଲୋକେ ସଦର ଥାନାରେ ଅଭିଯୋଗ କରିଥିଲେ। ପରେ ପୋଲିସ ବିଭୀଷଣଙ୍କୁ ମାମଲା ନମ୍ବର ୨୧୬/୧୪ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ସଦର ଥାନା ଅଧିକାରୀ ଆଦିତ୍ୟ କୁମାର ସେଠୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମଙ୍ଗଳବାର ମାମଲାର ବିଚାର ବେଳେ ଅଭିଯୁକ୍ତ ବିଭୀଷଣଙ୍କୁ ପୋଲିସ କୋର୍ଟରେ ହାଜର କରିଥିଲା। ୧୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପୋକ୍‌ସୋ ଜଜ ଅଭିଯୁକ୍ତଙ୍କୁ ଜେଲ ଦଣ୍ଡର ରାୟ ଦେଇଛନ୍ତି। ପରେ ଅଭିଯୁକ୍ତ ବିଭୀଷଣଙ୍କୁ ପୁଣି ଥରେ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପୋକ୍‌ସୋ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri