Posted inଖେଳ

ବଳାତ୍କାର ମାମଲା: ନେମାରଙ୍କୁ ପୋଲିସର ପଚରାଉଚରା

ସାଓ ପାଉଲ,୧୪।୬(ଏଏଫ୍‌ପି): ବଳାତ୍କାର ମାମଲାରେ ବ୍ରାଜିଲିଆନ ପୋଲିସ ଷ୍ଟାର ଫୁଟ୍‌ବଲର ଜୁନିୟର ନେମାରଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା କରିଛି। ଗତ ମାସରେ ପ୍ୟାରିସର ଏକ ହୋଟେଲରେ ସେ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କିନ୍ତୁ ନେମାର ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଏହି ମାମଲାର ସତ୍ୟାସତ୍ୟ ପରବର୍ତ୍ତୀ ସମୟରେ ଜଣାପଡ଼ିବ। ବିଶ୍ୱର ସବୁଠୁ ଦାମୀ ଫୁଟ୍‌ବଲ ଖେଳାଳିଙ୍କ ଡାହାଣ ଗୋଇଠିରେ ଆଘାତ ଲାଗିବା କାରଣରୁ କୋପା ଆମେରିକା କପ୍‌ରୁ ବାଦ୍‌ ପଡ଼ିଛନ୍ତି। ୨୭ ବର୍ଷୀୟ ଖେଳାଳି ପୋଲିସ ଷ୍ଟେଶନରେ ଦିନ ୪ଟା ପୂର୍ବରୁ ପହଞ୍ଚତ୍ଥିଲେ। ରାତି ପ୍ରାୟ ୯ଟା ବେଳକୁ ପୋଲିସ ପଚରାଉଚରା କରି ଛାଡ଼ିଥିଲା। ବ୍ରାଜିଲିଆନ ପୋଲିସ ନେମାରଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ବିରୋଧରେ ମାନହାନି ମକଦ୍ଦମା ମଧ୍ୟ ଦାୟର କରିଛି। ପୂର୍ବରୁ ପ୍ୟାରିସ ସେଣ୍ଟ ଜର୍ମେନ ପାଇଁ ଖେଳୁଥିବା ନେମାର ପୋଲିସକୁ ଇନ୍‌ଷ୍ଟାଗ୍ରାମ ଜରିଆରେ ଉକ୍ତ ମହିଳାଙ୍କ ସହ ଓ୍ବାଟ୍ସଆପ ମେସେଜ ଓ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ମଧ୍ୟ ଶେୟାର କରିଥିଲେ। ଉଲ୍ଲେଖଥାଉ କି, ଏହି ମାମଲା ଉପରେ ଗତ ସପ୍ତାହରେ ବ୍ରାଜିଲରେ ୨,୦୭୧ ଲୋକଙ୍କୁ ନେଇ ଏକ ସର୍ଭେ କରାଯାଇଥିଲା। ଯେଉଁଥିରେ ୬୦ ପ୍ରତିଶତ ବ୍ରାଜିଲିଆନ ବିଶ୍ୱାସ କରୁଛନ୍ତି ଯେ, ନେମାର ନିର୍ଦ୍ଦୋଷ। କେବଳ ୧୪ ପ୍ରତିଶତ ଲୋକଙ୍କ ମତରେ ସେ ଦୋଷୀ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri