Posted inଜାତୀୟ

ବଳାତ୍କାର, ହତ୍ୟା ମାମଲା: ଦୋଷୀଙ୍କୁ ୩ ଥର ଆଜୀବନ, ୨୬ ବର୍ଷ ଜେଲ୍‌

ଥିରୁଭାନନ୍ତପୁରମ୍‌,୧୮ା୭: ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କୋଲାମ୍‌ସ୍ଥିତ ଅତିରିକ୍ତ ସେସନ୍ସ (ପୋକ୍ସୋ) ଅଦାଲତ ବୁଧବାର ଅପରାଧୀଙ୍କୁ ତିନି ଥର ଆଜୀବନ ଜେଲ୍‌ଦଣ୍ଡାଦେଶ ସହିତ ୨୬ ବର୍ଷ ଜେଲ୍‌ ଏବଂ ୩.୨ ଲକ୍ଷ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି। ଅପରାଧୀ ୨୫ ବର୍ଷୀୟ ଯୁବକ ଜଣଙ୍କୁ ଅଲଗା ଭାବେ ସମସ୍ତ ଜେଲ୍‌ଦଣ୍ଡ ଭୋଗିବାକୁ ହେବ। ୭ ବର୍ଷର ନାବାଳିକା ବଳାତ୍କାର ମାମଲାରେ ଯୁବକ ଜଣକ ହତ୍ୟା, ବଳାତ୍କାର, ଅପ୍ରାକୃତ ଯୌନକ୍ରିୟା, ଅପହରଣ, ମୃତଦେହ ପ୍ରତି ଅସମ୍ମାନ କରିବା ଏବଂ ପୋକ୍ସୋର ବିଭିନ୍ନ ଧାରାରେ ଦୋଷୀସାବ୍ୟସ୍ତ ହୋଇଥିଲେ। ୨୦୧୭ ସେପ୍ଟେମ୍ବର ୨୭ରେ ଏହି ଘଟଣା ଘଟିଥିଲା। ଯୁବକ ଜଣକ ନାବାଳିକଙ୍କ ସମ୍ପର୍କୀୟ। ସେ ପିଲାଟିକୁ ଟ୍ୟୁଶନ୍‌ରେ ଛାଡ଼ିଦେବାକୁ କହି ଜଙ୍ଗଲକୁ ନେଇଯାଇ ପାଶବିକ ଅତ୍ୟାଚାର କରିବା ସହ ଗଳାଚିପି ହତ୍ୟା କରିଥିଲେ। ଏପରିକି ଝିଅଟି ମରିଯିବା ପରେ ମଧ୍ୟ ଶବ ସହ ଯୁବକ ଜଣକ ଯୌନକ୍ରିୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri