Posted inରାଜ୍ୟ

ଅଣବସ୍ତିରୁ ବାହାରୁଛନ୍ତି ଅଧିକ ଆକ୍ରାନ୍ତ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ମଙ୍ଗଳବାର ୩୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବିଏମ୍‌ସି ଅଞ୍ଚଳରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୯୩୧ରେ ପହଞ୍ଚିଛି। ୩୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ୫୦ ଜଣ ବସ୍ତିରୁ ଓ ୨୨୮ ଜଣ ଅଣବସ୍ତିରୁ ଥିବା ଜଣାପଡ଼ିଛି। ସେହିପରି ୨୫ଜଣ ବିଭିନ୍ନ ହସ୍ପିଟାଲ କର୍ମଚାରୀ, ୧୦ଜଣ ପୋଲିସ କର୍ମଚାରୀ ଏବଂ ବିଭିନ୍ନ କ୍ଷେତ୍ରରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସଙ୍ଗରୋଧରୁ ଚିହ୍ନଟ ୧୭୩ ଜଣଙ୍କ ମଧ୍ୟରୁ ଜଣଙ୍କର ରାଜ୍ୟ ବାହାର ଗସ୍ତ ବିବରଣୀ ରହିିଛି। ସେ ସିଆର୍‌ପିଏଫ୍‌ କ୍ୟାମ୍ପସ୍‌ର ହୋଇଥିବାବେଳେ ନିକଟରେ ଜମ୍ମୁ କଶ୍ମୀର ଗସ୍ତ କରିଥିଲେ। ଅନ୍ୟ ୧୭୨ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଚନ୍ଦ୍ରଶେଖରପୁର ୭ମ ବାଟାଲିୟନ୍‌ରୁ ୧୩ଜଣ, ଝାରପଡ଼ା ଜଗନ୍ନାଥ ନଗରରୁ ୧୧, ଭରତପୁରରୁ ୬, ଜୟଦେବ ବିହାରରୁ ୫, ସାଲିଆ ସାହି, ଜଗନ୍ନାଥ ବସ୍ତି ଓ ମଧୁସୂଦନ ନଗରରୁ ୪ଜଣ ଲେଖାଏ, ଏକ ଘରୋଇ ହସ୍ପିଟାଲ, ଆଇଆର୍‌ସି ଭିଲେଜ୍‌, ବରମୁଣ୍ଡା, ଡୁମୁଡୁମା, ମଧୁସୁଦନ ନଗର, ସତ୍ୟନଗର, ମଞ୍ଚେଶ୍ୱର ଏବଂ ୟୁନିଟ୍‌ ୯ରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରେ ରବୀନ୍ଦ୍ର ମଣ୍ଡପ ନିକଟରେ ଥିବା ଏକ ବ୍ୟାଙ୍କ, ବିଡିଏ କଲୋନୀ, ସୌଭାଗ୍ୟ ନଗର, ଖାରବେଳ ନଗର, ଜାଗମରା, ନିଳାଦ୍ରୀ ବିହାରରୁ ୩ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଭୁବନେଶ୍ୱରର ବହୁ ସ୍ଥାନରୁ ଜଣେ କିମ୍ବା ଦୁଇଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରୁ ମଙ୍ଗଳବାର ୧୬୩ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ୪୭୨୬ ଜଣ ସୁସ୍ଥ ହୋଇଛନ୍ତି। ୩୧୬୨ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ୩୪ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?