ବସ୍ତିରେ ରହୁନି ସାମାଜିକ ଦୂରତ୍ୱ, ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର, ୨୯ା୩(ବ୍ୟୁରୋ): ଲୋକଙ୍କୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣରୁ ରୋକିବା ଓ ଗହଳି ସ୍ଥାନରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ ଓ ସତର୍କ କରାଯାଉଛି। ସାମାଜିକ ଦୂରତ୍ୱକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲେ ହେଁ ଭୁବନେଶ୍ୱରର ବିଭିନ୍ନ ବସ୍ତିରେ ଏହାକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ନଜରକୁ ଆସିଛି। ଏକାଠି ବସି ପୂଜାପାଠ କରିବାଠାରୁ ଆରମ୍ଭ କରି ପିଲାମାନେ ରୁଣ୍ଡ ହୋଇ ଖେଳକୁଦ କରୁଛନ୍ତି। ଛକ ଓ ଦୋକାନ ଆଗରେ ଗହଳି ଜମାଇ ଖଟି କରୁଛନ୍ତି। ଅନ୍ୟପକ୍ଷରେ ସାଲିଆସାହି ପରି ଅନ୍ୟ କେତେକ ବସ୍ତିରେ ସରକାରଙ୍କ କଟକଣା ସତ୍ତ୍ୱେ ଚା’, ସିଗାରେଟ ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି ହେଉଛି। ଅତ୍ୟାବଶ୍ୟକ ସାମଗ୍ରୀ ନାଁରେ ଦୋକାନ ଖୋଲି ବସିଥିବା ଦେଖିବାକୁ ମିଳୁଛି। ବିଶେଷକରି ଏସବୁ ଦୋକାନ ଆଗରେ ଅଧିକ ଗହଳି ରହୁଛି। ତେବେ ଏସବୁ ଅଞ୍ଚଳରେ ସେପରି ସଚେତନତା ସୃଷ୍ଟି କରାଯାଇ ନ ଥିବା ଓ କୋହଳ ସ୍ଥିତି ପାଇଁ ଲୋକେ ବିପଦକୁ ଆପଣାଇବାକୁ ଯାଉଥିବା ଜଣାପଡିଛି। ଅନ୍ୟପକ୍ଷରେ କେତେକ ଅଞ୍ଚଳରେ ଅଳିଆ ଆବର୍ଜନା ଜମା ହୋଇ ରହୁଥିବା ଅଭିଯୋଗ ହେଉଛି। ଫଳରେ ବସ୍ତି ଅଞ୍ଚଳରେ କରୋନା ବ୍ୟାପିବା ଆଶଙ୍କା ରହିଛି। ଏବେ ବିଭିନ୍ନ ଅଞ୍ଚଳରୁ ଲୋକେ ଆସି ବସ୍ତିରେ ରହୁଥିବାରୁ ସଂକ୍ରମଣ ହେଲେ ରୋକିବା କଷ୍ଟକର ହୋଇପଡ଼ିବ ଓ ଏହା ରାଜଧାନୀରେ ଜଟିଳ ପରିସ୍ଥିତି ସୃଷ୍ଟି କରିବାର ସମ୍ଭାବନା ରହିଛି। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, ସଚେତନ କରିବା ବିଏମ୍‌ସିର ପ୍ରଥମ କର୍ତ୍ତବ୍ୟ ଥିଲା, ଏବେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏନେଇ ସମ୍ପୃକ୍ତ ଅଞ୍ଚଳର ଥାନା ଅଧିକାରୀଙ୍କୁ ଅବଗତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri