ବସ୍‌ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ

କଟକ ଅଫିସ୍‌,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍‌ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର ଭୋର୍‌ରେ କେତେଜଣ ପ୍ରବାସୀ କଟକ ଓଏମ୍‌ପି ଛକରେ ଓହ୍ଲାଇ ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି। ଏହା କଟକ ଜିଲା ପ୍ରଶାସନର ଚିନ୍ତା ବଢ଼ାଇଛି।
ସୋମବାର ଭୋର୍‌ରେ ତାମିଲନାଡୁରୁ ଆସିଥିବା ଏକ ବସ୍‌ରୁ କେତେଜଣ ପ୍ରବାସୀ ଓହ୍ଲାଇଥିଲେ। ସେମାନେ ଏଣେତେଣେ ବୁଲୁଥିବା ଦେଖିବାକୁ ମିଳିଥିଲା। ଏହି ବସ୍‌ରେ କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାର ଲୋକେ ଥିଲେ। ଏହି ଘଟଣା ନେଇ ଜଗତସିଂହପୁର ଜିଲାପାଳଙ୍କ ପକ୍ଷରୁ ଟୁଇଟ୍‌ କରାଯାଇଛି ଯେ, ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଏବଂ ବସ୍‌ର ପଞ୍ଜୀକରଣ କରାଯାଉଛି। କିନ୍ତୁ ଏମାନେ ବିନା ପଞ୍ଜୀକରଣରେ ଆସିଥିଲେ। ୧୪ଜଣ ବସ୍‌ରୁ ଓହ୍ଲାଇଥିଲେ। ସେମାନଙ୍କ ମଧ୍ୟରୁ ୩ଟି ଅଟୋରେ ୮ଜଣ ଚାଲିଯାଇଥିଲେ। ଏମାନେ ସମସ୍ତ ନିୟମ ଉଲ୍ଲଂଘନ କରିଛନ୍ତି। ଅନ୍ୟ ୬ଜଣଙ୍କୁ କଟକ ଜେକେବିକେ କଲେଜସ୍ଥିତ କ୍ବାରାଣ୍ଟାଇନ୍‌ ସେଣ୍ଟର୍‌ରେ ରଖାଯାଇଛି। ଜଗତସିଂହପୁର ଜିଲା ନୋଡାଲ୍‌ ଅଫିସର୍‌ ଏନେଇ ସେଣ୍ଟର୍‌ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି। ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀଙ୍କୁ ପ୍ରଥମେ ସେଠାରେ ରଖିବା ପରେ ଜିଲାକୁ ଅଣାଯାଉଛି।
ନିୟମିତ ବ୍ୟବଧାନରେ ବାହାର ଜିଲାର ପ୍ରବାସୀ ଫେରନ୍ତାମାନେ ବସ୍‌ରୁ କଟକ ସହରରେ ଓହ୍ଲାଉଥିବାରୁ ଜିଲା ପ୍ରଶାସନ ଚିନ୍ତାରେ ପଡ଼ିଯାଇଛି। ଏ ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବାହାର ଜିଲାର ପ୍ରବାସୀଙ୍କୁ କିପରି ତାଙ୍କ ଜିଲାକୁ ପଠାଯିବ ସେନେଇ ଆଲୋଚନା ହୋଇଥିଲା। ଜେକେବିକେ କଲେଜସ୍ଥିତ କ୍ବାରାଣ୍ଟାଇନ୍‌ ସେଣ୍ଟର୍‌ରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଛି। ତେଣୁ ଗୋପାଳପୁର ଏଲ୍‌ଆଣ୍ଡଟି କେନ୍ଦ୍ରରେ ଏଭଳି ସୁବିଧା କରାଯିବ। ସଦର ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ଏହାର ଦାୟିତ୍ୱରେ ରହିବେ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ଉପଜିଲାପାଳ ମିଶ୍ରଙ୍କ ସମେତ କଟକ ଡିସିପି ଅଖିଳେଶ୍ୱର ସିଂ, ସିଏମ୍‌ସି କମିଶନର ଅନନ୍ୟା ଦାସ, ଗ୍ରାମାଞ୍ଚଳ ଏସ୍‌ପି ରାଧାବିନୋଦ ପାଣିଗ୍ରାହୀ, ଡିଆର୍‌ଡିଏ ପିଡି ଅବଦଲ ଅଖତର୍‌, ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ପୂର୍ଣ୍ଣଚନ୍ଦ୍ର ମିଶ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସତ୍ୟବ୍ରତ ଛୋଟରାୟ, ଜିଲା ଶ୍ରମ ଅଧିକାରୀ ବନମାଳି ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri