ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର ହେବେ ଉଠା ଦୋକାନୀ

ଜଟଣୀ,୨୫ା୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କାର୍ଯ୍ୟକାରିତା ନେଇ ଜିଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଜଟଣୀର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରଖିଥିଲେ। ପୋଲିସ ଓ ପ୍ରଶାସନ ଦ୍ୱାରା ବିଭିନ୍ନ ସ୍ଥାନରେ ହେଉଥିବା ବ୍ଲକିଂ ସ୍ଥାନ ସମେତ ଅନ୍ୟ କେତେକ ଅଞ୍ଚଳ ବୁଲି ଦେଖିଥିଲେ। ସ୍ଥାନୀୟ ସୀତାରାମ ଛକରେ ଫଳ ଓ ପନିପରିବା ବିକୁଥିବା ଉଠାଦୋକାନୀଙ୍କ ନିକଟରେ ଗହଳି ଦେଖି ଜିଲାପାଳ ରାଉତ ବିରକ୍ତି ପ୍ରକାଶ କରିଥିଲେ। ଏହାର ପ୍ରତିକାର ବ୍ୟବସ୍ଥା କରିବାକୁ ଉପସ୍ଥିତ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜଟଣୀ ସହରର ବିଭିନ୍ନ ସ୍ଥାନରେ ଥିବା ଉଠାଦୋକାନୀଙ୍କୁ ସ୍ଥାନୀୟ ନୂଆ ବସ୍‌ଷ୍ଟାଣ୍ଡ ପରିସରକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ହୋଇଥିବା ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର କହିଛନ୍ତି। ଭୁବନେଶ୍ୱର ସବ୍‌କଲେକ୍ଟର ଦେବବ୍ରତ ସାହୁ, ଜଟଣୀ ତହସିଲଦାର ଓ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ଆଲୋଚନା ହୋଇ ଏପରି ନିଷ୍ପତ୍ତି ହୋଇଛି। ଏହି ଥାନା ଅନ୍ତର୍ଗତ ହରିଭାଇନା ଛକ, ୧୬ ନଂ. ଜାତୀୟ ରାଜପଥର ଜଟଣୀ ଗେଟ୍‌, ପିତାପଲ୍ଲୀ ଛକରେ ରାସ୍ତା ବ୍ଲକିଂ କରାଯାଇଛି। ସେହିପରି ଜଟଣୀ ତହସିଲ ଓ ମ୍ୟୁନିସିପାଲିଟି ପକ୍ଷରୁ ଗଠିତ ୨ଟି ଲେଖାଏ ଟିମ୍‌ ସହର ଓ ଗ୍ରାମାଞ୍ଚଳ ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ସଚେତନ କରିବା ସହ ଖୋଲାଥିବା ଦୋକାନ ବନ୍ଦ କରାଇଥିଲେ। ଆବଶ୍ୟକ ନ ଥିଲେ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦେଇଥିଲେ। ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri