ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ‘ଦିଲ୍‌ଖୁସ୍‌’ ନାମକ ଏହି ବସ୍‌ଟି ଝାରସୁଗୁଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଓଭରବ୍ରିଜ୍‌ ତଳେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ବଅଁରପାଳ ପୋଲିସ ଓ ଦମକଳ ବାହିନୀ କର୍ମଚାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri