ବସ୍‌-କାର୍‌ ମୁହଁ।ମୁହିଁ ଧକ୍କା, ୧୫ ଆହତ

ଗୋପ,୯ା୧୧(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓ କାର୍‌ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗ ଆହତମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ବିଦ୍ୟୁତ୍‌ ନ ଥିବାରୁ ଆହତମାନଙ୍କୁ ମୋବାଇଲ ଟର୍ଚ୍ଚ ଲାଇଟରେ ଚିକିତ୍ସା କରାଯାଇଥିଲା। ସେଥିରୁ ୫ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଡାକ୍ତରଖାନାରେ କିଛି ସମୟ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ୫ଟାରେ ନାଗେଶ୍ୱର ନାମକ ଏକ ଘରୋଇ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ କୋଣାର୍କ ଅଭିମୁଖେ ଯାଉଥିଲେ। ବିପରୀତ ଦିଗରେ ନିମାପଡ଼ା ଥାନା ଅଧୀନ କୁଆଁଶ ତରଡ଼ାପଡ଼ା ଗ୍ରାମର ୫ଜଣ ଯୁବକ ଏକ କାର୍‌(ନଂ.ଓଡି ୦୨ ଏଆର୍‌-୪୬୩୯) ଯୋଗେ କୋଣାର୍କରୁ ଫେରୁଥିବାବେଳେ କୁଶୁପୁର ଗାଁ ମୁଣ୍ଡ ଛକରେ ଦ୍ରୁତ ଗତିରେ ଆସି ଏହି ବସ୍‌କୁ ଧକ୍କା ଦେଇଥିଲା। କାର୍‌ରେ ଥିବା ଦେବାଶିଷ ବଡ଼ଜେନା (୨୨), ବାପି ବେହେରା (୨୯), ରାକେଶ ସ୍ବାଇଁ (୨୮), ଅଜିତ୍‌ ବେହେରା(୨୮) ଓ ତାପଶ ବିଶ୍ୱାଳ (୨୬) ଗୁରୁତର ହୋଇଥିବାବେଳେ ବସ୍‌ରେ ଥିବା ଲକ୍ଷ୍ମୀଧର ବେହେରା, ଇଫ୍ରାନ୍‌ ଖାନ୍‌, ସ୍ବାଗତ ସେନାପତି ସମେତ ୧୦ଜଣ ଆହତ ହୋଇଥିଲେ। ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ କାର୍‌ ଓ ବସ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri