ବସ୍‌-ଟ୍ରାକ୍ଟର ଦୁର୍ଘଟଣାରେ ୨ ଶ୍ରମିକ ମୃତ୍ୟୁ ଘଟଣା: କାଗଜପତ୍ର ନ ଥିବାରୁ ଜରିମାନା ଆଦାୟ

ସମ୍ବଲପୁର,୨୭।୧(ବ୍ୟୁରୋ): ସମ୍ବଲପୁର ଜାତୀୟ ରାଜପଥ ୫୫ରେ ଯୁଯୁମୁରା ଥାନା ମୁଦେର ଗ୍ରାମ ନିକଟରେ ରବିବାର ପୂର୍ବାହ୍ନରେ ଏକ ଟ୍ରାକ୍ଟର ପଛରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ଏଥିରେ ଏକ କମ୍ପାନୀରେ କାମ କରୁଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଥିଲେ। ଆଳୁ ଖୋଳୁଖୋଳୁ ମହାଦେବ ବାହାରିଲା ପରି ପୋଲିସ ଏବଂ ପରିବହନ ବିଭାଗ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବସ୍‌ର କାଗଜପତ୍ର ଯାଞ୍ଚ କରିବାରୁ ଏଥିରେ ଅନେକ ଅନିୟମିତତା ଥିବା ଜଣାପଡ଼ିଥିଲା। ବସ୍‌ର ଫିଟ୍‌ନେସ୍‌, ପ୍ରଦୂଷଣ ଏବଂ ଇନ୍‌ସ୍ୟୁରାନ୍ସ ନ ଥିବାରୁ ଏହା ଉପରେ ୨୭ ହଜାର ଏବଂ ଟ୍ରାକ୍ଟର ଉପରେ ୫୩ ହଜାର ୨ ଶହ ଟଙ୍କାର ଚାଲାଣ କାଟିଛି ପରିବହନ ବିଭାଗ।
ସୂଚନାଯୋଗ୍ୟ, ରିଆମାଳରୁ ସମ୍ବଲପୁର ଯାଉଥିବା ଘରୋଇ ଯାତ୍ରୀବାହୀ ବସ୍‌ ସହ ଟ୍ରାକ୍ଟରର ଧକ୍କା ହୋଇଥିଲା। ଫଳରେ ଟ୍ରାକ୍ଟରରେ ବସିଥିବା ଶ୍ରମିକ ବିହାରର ଗୌରୀଶଙ୍କର କୁଦାର, ରାମସେବ ସିଂଙ୍କ ମୃତ୍ୟୁ ଘଟିଥିଲା। ଅଜୟ କୁମାର ସିଂ, ଜ୍ୟୋତି କୁଦାର, ରାମପରିତ ସିଂ ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଏହି ଘଟଣାର ତଦନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri