ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ଏବେ ୮ରେ ପହଞ୍ଚିଥିବା ବେଳେ ୩୮ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଖବର ପାଇ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀ, ମୋହନା ଥାନା ଆଇଆଇସି ସୁଜିତ୍‌ କୁମାର ନାୟକ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ୫ ଆମ୍ବୁଲାନ୍ସ ସମେତ ମୋହନା, ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ୩୮ରୁ ଊଦ୍ଧର୍‌ବ ଆହତ ଯାତ୍ରୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଦିଗପହଣ୍ଡି ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ନେତୃତ୍ୱରେ ଉତ୍ତେଜିତ ଲୋକେ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ କରି ଡା. ସୁପ୍ରଭା ସାହୁଙ୍କ ବଦଳି ଦାବି କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଛି। ଅନ୍ୟପକ୍ଷରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ଅତିରିକ୍ତ ତହସିଲଦାର ପ୍ରଭାତୀ ମହାରଣା, ବିଡିଓ ହଳଧର ଶବର, ଅତିରିକ୍ତ ତହସିଲଦାର ପ୍ରଭାତୀ ମହାରଣା ପ୍ରମୁଖ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ପୋଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri