ବସ୍‌ ଧକ୍କାରେ ଯୁବକଙ୍କ ଜୀବନଗଲା, ୩ ଗୁରୁତର

ଦିଗପହଣ୍ଡି,୨୪।୧(ଡି.ଏନ୍‌.ଏ.): ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମଧ୍ୟରେ ଶୁକ୍ରବାର ପୂର୍ବାହ୍ନରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ପୋଡ଼ାମାରୀ ଗ୍ରାମରୁ ହିଞ୍ଜିଳକାଟୁ ଅଭିମୁଖେ ଦ୍ରୁତଗତିରେ ଆସୁଥିବା ଏକ ଯାତ୍ରୀବାହୀ ମିନିବସ୍‌ ସହ ବାଇକ୍‌ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ଜୀବନ ଯାଇଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଗଜପତି ଜିଲା ଚନ୍ଦ୍ରଗିରି ଗ୍ରାମ ପାତ୍ର ସାହିର ଚନ୍ଦନ ଘଡ଼େଇ। ଗୁରୁତରମାନେ ହେଲେ ଚନ୍ଦ୍ରଗିରି ଗ୍ରାମ ରାଉତ ସାହିର ହିମାଂଶୁ ପ୍ରଧାନ, ନୂଆଗଡ଼ ଗ୍ରାମର ଗଞ୍ଜୁ ମଣ୍ଡଳ ଓ ଦିଲ୍ଲୀପ ଶବର। ସେମାନଙ୍କୁ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇ ଦିଆଯାଇଛି। ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିଗୁଡ଼ିକୁ ଜବତ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇ ତଦନ୍ତ ଚଳାଇଛି। ବସ୍‌ ଚାଳକ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri