ବସ୍‌ ଷ୍ଟାଣ୍ଡରେ ସ୍ଥାପନ ହେବ କ୍ୟାମ୍ପ ଅଫିସ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା(କୋଭିଡ-୧୯)ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେଉଛନ୍ତି। ବସ୍‌ରେ ଦୈନିକ ହଜାର ହଜାର ଯାତ୍ରୀ ବିଭିନ୍ନ ସ୍ଥାନକୁ ଯାତାୟାତ କରୁଛନ୍ତି। ଗୋଟିଏ ବସରେ ସିଟ୍‌ ଠାରୁ ଅଧିକ ଯାତ୍ରୀ ଯିବା ଆସିବା କରୁଛନ୍ତି। କରୋନା ଭୂତାଣୁର ଭୟାବହତାକୁ ଦେଖି ରାଜ୍ୟ ସରକାର ବସ୍‌ଗୁଡିକରେ ନିର୍ଦ୍ଦିଷ୍ଟ ସିଟ୍‌ ଠାରୁ ଅଧିକ ଯାତ୍ରୀ ନେବା ଉପରେ କଟକଣା ଜାରି କରିଛନ୍ତି। ବସ୍‌ରେ ପରିମଳ ବ୍ୟବସ୍ଥାକୁ କିପରି ଅଧିକ ସ୍ବଚ୍ଛ କରାଯାଇ ପାରିବ ସେ ନେଇ ଲୋକସେବା ଭବନଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବସ୍‌ ମାଲିକ ସଂଘ, ରାଜ୍ୟ ପରିବହନ କମିଶନର, ଓଡିଶା ରାଜ୍ୟ ପରିବହନ ନିଗମ ଏବଂ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ ଜରୁରୀ ବୈଠକ କରାଯାଇଥିଲା। ବୈଠକରେ ବସ ଓ ବସଷ୍ଟାଣ୍ଡଗୁଡିକର ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଛି। ରାଜ୍ୟର ୩୦ଟି ଜିଲାରେ ଥିବା ସମସ୍ତ ବସଷ୍ଟାଣ୍ଡରେ କ୍ୟାମ୍ପ ଅଫିସ ଖୋଲାଯିବ। ସେହି ଅଫିସରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ଅଧିକାରୀ ଏବଂ ସଂଘର କର୍ମକର୍ତ୍ତା ଉପସ୍ଥିତ ରହି ଯାତ୍ରୀମାନଙ୍କୁ ସ୍ବଚ୍ଛତା ନେଇ ସଚେତନ କରିବା ସହ ବସଷ୍ଟାଣ୍ଡରେ ହାତ ଧୋଇବା ପାଇଁ ପ୍ରୋତ୍ସାହିତ କରିବେ। ସେହିପରି ଯାତ୍ରୀମାନେ ବସ୍‌ ଭିତରକୁ ଯିବାବେଳେ ହ୍ୟାଣ୍ଡ ସାନିଟାଇଜର ମାଧ୍ୟମରେ ହାତକୁ ସଫା କରିବେ ବୋଲି ନିଷ୍ପତ୍ତି ହୋଇଛି। ତେବେ ବଜାରରେ ଯଥେଷ୍ଟ ପରିମାଣରେ ମାସ୍କ ଓ ସାନିଟାଇଜର ମିଳୁ ନାହିଁ। ସରକାରଙ୍କ ତରଫରୁ ସେ ସବୁ କ୍ୟାମ୍ପ ଅଫିସକୁ ଯୋଗାଇ ଦିଆଗଲେ ବସ୍‌ ମାଲିକମାନେ ତାକୁ କ୍ରୟ କରି ବସ୍‌ରେ ରଖି ଯାତ୍ରୀମାନଙ୍କ ବ୍ୟବହାର ପାଇଁ ଉପଯୋଗ କରିବେ ବୋଲି ସଂଘର ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି। ବ୍ଲିଚିଂ ପାଉଡରକୁ ପାଣିରେ ଗୋଳାଇ ବସ୍‌ ସିଟ୍‌, ରେଲିଂ, ଡୋର ଆଦିକୁ ଦିନକୁ ଦୁଇଥର ସଫା କରାଯିବ। ରାଜ୍ୟର ସମସ୍ତ ବସ୍‌ ମାଲିକ ସଂଘ ଏହି ପରାମର୍ଶ ଅନୁଯାୟୀ କାର୍ଯ୍ୟ କରିବାକୁ ସେ କହିଛନ୍ତି। ରାଜ୍ୟରେ ଓଏସ୍‌ଆର୍‌ଟିସି ଅଧୀନରେ ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ୱ ବସ ଚାଲୁଥିବା ବେଳେ ୧୦ହଜାରରୁ ଊର୍ଦ୍ଧ୍ୱ ଘରୋଇ ବସ ଚଳାଚଳ କରୁଛି। ଦୈନିକ ଲକ୍ଷ ଲକ୍ଷ ଲୋକ ବିଭିନ୍ନ ସ୍ଥାନକୁ ଯାତାୟାତ କରୁଛନ୍ତି। ତେଣୁୁ ଯାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri