ବହଳଦା ପୋଲିସର ଚଢ଼ାଉ :୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ମଦ ଜବତ

ବହଳଦା,୧୪ା୮(ଡି.ଏନ୍‌.ଏ.)- ଅରୁଣାଚଳ ପ୍ରଦେଶରୁ ନକଲି ବିଦେଶୀ ମଦ ଚୋରା ଚାଲାଣର ଚେର ମୟୂରଭଞ୍ଜ ଜିଲା ବହଳଦା ପର୍ଯ୍ୟନ୍ତ ଲମ୍ବିଛି। ଏହାର ପର୍ଦ୍ଦାଫାଶ କରି ବହଳଦା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସର ଚଢ଼ାଉ ଫଳରେ ପ୍ରାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ବିଦେଶୀ ମଦ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ସୋମବାର ରାତିରେ ବହଳଦା ପୋଲିସ କୌଣସି ସୂତ୍ରରୁ ଖବରପାଇ ଅତର୍କିତ ଚଢ଼ାଉ କରିଥିଲା। ଥାନା ଆଇଆଇସି ବୀରେନ୍ଦ୍ର ସେନାପତିଙ୍କ ନେତୃତ୍ୱରେ ଏସଆଇ ଭାସ୍କର ପ୍ରଧାନ, ଏଏସଆଇ କେ.ସି ପାତ୍ର, ବିକାଶ ସେଠୀ ପ୍ରମୁଖ ବହଳଦା ବ୍ୟାଙ୍କ ଅଫ ଇଣ୍ଡିଆ ରାସ୍ତା ନିକଟରେ ଏକ ଦଶଚକିଆ ଟ୍ରକ(ନଂ.ଏନଲ୦୨କେ-୨୨୯୪)ରୁ ଅନଲୋଡ ହେଉଥିବା ଏହି ବିପୁଳ ପରିମାଣର ନକଲି ମଦ ଜବତ କରିଥିଲେ। ଅରୁଣାଚଳ ପ୍ରଦେଶରୁ ଆସିଥିବା ଏହି ମଦ ସ୍ଥାନୀୟ ଜନୈକ ମଦ ବ୍ୟବସାୟୀଙ୍କ ବୋଲି ଆଲୋଚନା ହେଉଛି। ଗାଡ଼ିର ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ଅନଲୋଡ କରୁଥିବା ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ମୟୂରଭଞ୍ଜ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଜାଗାରେ ଥିବା ଲାଇସେନ୍ସ ପ୍ରାପ୍ତ ମଦ ଦୋକାନ ନିଲାମର ଦୁଇଦିନ ପରେ ରାଜ୍ୟ ବାହାରୁ ବିପୁଳ ପରିମାଣର ମଦ ଆସିବା ସମସ୍ତଙ୍କୁ ଚକିତ କରିଛି ା ବହଳଦା ଅବକାରୀ କାର୍ଯ୍ୟାଳୟଠାରୁ ମାତ୍ର ଶହେ ମିଟର ଦୂରରେ ଏତେ ବଡ଼ କାରନାମା ଘଟିଥିଲେ ମଧ୍ୟ ସ୍ଥାନୀୟ ଅବକାରୀ ବିଭାଗ ପାଖରେ ଏନେଇ କୌଣସି ସୂଚନା ନ ଥିବା ବିଭାଗର ସାଧୁତା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ା ତେବେ ଅରୁଣାଚଳ ପ୍ରଦେଶରୁ ବହଳଦାରେ ପହଞ୍ଚିବାକୁ ହେଲେ ଶହ ଶହ ଥାନା ଓ ଗେଟ ଅତିକ୍ରମ କରିବାକୁ ପଡୁଥିବା ବେଳେ ଅନାୟାସରେ ଲକ୍ଷାଧିକ ଟଙ୍କାର ନକଲି ମଦ କିପରି ଆସିଲା ତାହା ତଦନ୍ତ ସାପେକ୍ଷ ା


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri