ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.):  ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଟ୍ରିପଲ୍‌ ତଲାକ ଓ ଜମ୍ମୁ କଶ୍ମରୀରୁ ୩୭୦ ଧାରା ଉଚ୍ଛେଦକୁ ନେଇ କେନ୍ଦ୍ର ଭାଜପା ସରକାରଙ୍କ ପଦକ୍ଷେପକୁ ସ୍ବାଗତ ଜଣାବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ମୋଦଏଙ୍କୁ ସାଧୁବାଦ ଜଣାଇଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ, ପେଟ୍ରୋଲିୟମ୍‌ ଓ ଷ୍ଟିଲ୍‌ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି କୃତଜ୍ଞତା ଜଣାଇଥିବା ଖବରଦାତା ସମ୍ମୀଳନୀରେ କହିଛନ୍ତି। ଏଥିସହ ମୁସଲ୍‌ମାନ ସମ୍ପ୍ରଦାୟର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଓ ଆର୍ଥିକ ସହାୟତା ପ୍ରଦାନ, ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ କଲ୍ୟା ଯୋଜନାରୁ ମାଇନର କମ୍ୟୁନିଟି ଯୁବତୀଙ୍କ ବିବାହ ପାଇଁ ୧ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେବାକୁ ଚିଠି ମାଧ୍ୟମରେ ଦାବି କରିଥିବା ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ କୁଞ୍ଜ ବିହାରୀ ପରିଡ଼ା, ସସ୍ମିତ୍‌ ନାୟକ, ଅରୁଣ ସେଠୀ, ଗିରିନ୍ଦ୍ର ପତି ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଯେ, ସଫିଉଦ୍ଦିନ୍‌ ଦଳ ବିରୋଧୀ କାର୍ଯ୍ୟ ପାଇଁ ୨୦୧୯ ସାଧାରଣ ନିର୍ବାଚନ ସମୟରେ ବିଜେଡ଼ିରୁ ନିଲମ୍ବିତ ହୋଇଛନ୍ତି। ତେବେ କିଛିଦିନର ନିରବତା ପରେ ଏବେ ଖବରଦାତା ସମ୍ମିଳନୀରେ ଭାଜପା ସରକାରଙ୍କୁ ପ୍ରଂଶସା କରିବା ନେଇ ବରୀ ରାଜନୀତିରେ ଆଗାମୀ ଦିନରେ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri