ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣା: ଅନୁପଙ୍କ ଡ୍ରାଇଭର ଗିରଫ

ଝାରସୁଗୁଡ଼ା ଅଫିସ,୧୫।୨: ବହୁଚର୍ଚ୍ଚିତ ମା’ଝିଅ ଡବଲ ମର୍ଡର ଘଟଣାର ଅଭିଯୁକ୍ତ ଅନୁପ ସାଏଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଜପୁର ବଗରାଚକ ଗାଁ ଭଡାଘରେ ପୋଲିସ ଚଢ଼ାଉ କରି ବର୍ଦ୍ଧନଙ୍କୁ ଗିରଫ କରିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବ୍ରଜରାଜନଗର ନର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଥିଲେ। ଗୁରୁବାର ତମାମ ପଚରାଉଚରା ପରେ କିଭଳି ଭାବେ ସେ ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟା କରିଥିଲେ ତାହା କହିଥିଲେ। ଶୁକ୍ରବାର ଛତିଶଗଡ଼ ଜିଲା ରାୟଗଡ ଏସ୍‌ ସନ୍ତୋଷ ସିଂ ଏକ ଖବରଦାତା ସମ୍ମିଳନୀରେ ହତ୍ୟାକାଣ୍ଡ ସମ୍ପର୍କରେ ସବିଶେଷ ସୂଚନା ଦେଇଥିଲେ। କଳ୍ପନା ସ୍ବାମୀ ପରିତ୍ୟକ୍ତା ଥିଲେ। ତାଙ୍କର ଗୋଟିଏ ଶିଶୁକନ୍ୟା ମଧ୍ୟ ଥିଲା। ତେବେ ୨୦୧୧ ମସିହାରୁ ସେ ଅନୁପଙ୍କ ସଂସ୍ପର୍ଶରେ ଆସିଥିଲେ। ଇତିମଧ୍ୟରେ କଳ୍ପନାଙ୍କୁ ଅନୁପ ଭୁବନେଶ୍ୱର ନେଇ ଏକ ଫ୍ଲାଟ୍‌ରେ ରଖିଥିଲେ। ସେଠାରେ ଉଭୟେ ସ୍ତ୍ରୀ ସ୍ବାମୀ ଭାବେ ରହି ଆସୁଥିଲେ। ହେଲେ କଳ୍ପନା ସ୍ତ୍ରୀର ମର୍ଯ୍ୟାଦା ପାଇପାରୁ ନ ଥିଲେ। ସେଥିପାଇଁ ଉଭୟଙ୍କ ମଧ୍ୟରେ ବିଭିନ୍ନ ସମୟରେ ଝଗଡା ଲାଗି ରହୁଥିଲା। ବୈଦିକ ରୀତିରେ ବିବାହ କରିବା ଓ ସମ୍ପତ୍ତିରୁ ଭାଗ ଦେବା ପାଇଁ ମଧ୍ୟ କଳ୍ପନା ଦାବି କରିଆସୁଥିଲେ, ଯାହା ପାଇଁ ଅନୁପ ଏହି ହତ୍ୟାକାଣ୍ଡ ରଚାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri