Posted inଖେଳ

ବହୁଦିନର ସ୍ବପ୍ନ ପୂରଣ ହୋଇଛି: କାର୍ତ୍ତିକ

କୋଲକାତା, ୧୬।୪(ପି.ଟି.)- ଯୁବ ଉଇକେଟ୍‌ କିପର ରିଷଭ ପନ୍ତଙ୍କୁ ପଛରେ ପକାଇ ଭେଟେରାନ ଦୀନେଶ କାର୍ତ୍ତିକ ଆସନ୍ତା ଆଇସିସି ବିଶ୍ୱକପ୍‌ ଲାଗି ଭାରତୀୟ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ନିଜର ଉଇକେଟ୍‌-କିପିଂ ଦକ୍ଷତା ବଳରେ ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ସ୍ଥାନ ପାଇଥିବା କାର୍ତ୍ତିକ ବହୁଦିନର ସ୍ବପ୍ନ ଶେଷରେ ପୂରଣ ହୋଇଥିବା କହିଛନ୍ତି। ‘ମୁଁ ବହୁତ ଉତ୍ସାହିତ ରହିଛି। ଭାରତୀୟ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବା ନେଇ ରହିଥିବା ବହୁଦିନର ସ୍ବପ୍ନ ପୂରଣ ହୋଇଛି। ମୁଁ ଏହି ଟିମ୍‌ର ସଦସ୍ୟ ହେବାକୁ ଚାହୁଁଥିଲି’ ବୋଲି କାର୍ତ୍ତିକ ନିଜର ଆଇପିଏଲ୍‌ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସର ଅଫିସିଆଲ୍‌ ଓ୍ବେବସାଇଟ୍‌ରେ ଉଲ୍ଲେଖ କରିଛନ୍ତି। ସ୍ମରଣଯୋଗ୍ୟ, ୨୦୦୪ରେ ଏକଦିବସୀୟ ପଦାର୍ପଣ କରିଥିବା ୩୩ ବର୍ଷୀୟ କାର୍ତ୍ତିକ ବହୁଦିନ ଧରି ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରି ଆସୁଥିଲେ ମଧ୍ୟ ବିଶ୍ୱକପ୍‌ରେ ଗୋଟିଏ ହେଲେ ମ୍ୟାଚ୍‌ ଖେଳିବା ସୁଯୋଗ ପାଇନାହାନ୍ତି। ଏଥିପୂର୍ବରୁ କାର୍ତ୍ତିକ ୨୦୦୭ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିଲେ ମଧ୍ୟ ମହେନ୍ଦ୍ର ସିଂ ଧୋନୀଙ୍କ ଉପସ୍ଥିତି ଯୋଗୁ ଗୋଟିଏ ବି ମ୍ୟାଚ୍‌ ଖେଳିପାରି ନ ଥିଲେ। ସେହିଭଳି ତାଙ୍କୁ ୨୦୧୧ ଓ ୨୦୧୫ ବିଶ୍ୱକପ୍‌ ଟିକେଟ୍‌ ମିଳି ନ ଥିଲା। ଏହି ତାମିଲନାଡ଼ୁ ଭେଟେରାନ ଉଇକେଟ୍‌କିପର ଜାତୀୟ ଦଳ ପକ୍ଷରୁ ୨୬ ଟେଷ୍ଟ, ୯୧ ଦିନିକିଆ ଓ ୩୨ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି। ଦିନିକିଆରେ ସେ ୯ଟି ଅର୍ଦ୍ଧଶତକ ସହାୟତାରେ ୩୧ ଆଭରେଜରେ ୧୭୩୮ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?