Posted inଖେଳ

ବାଂଲାଦେଶ ୨୩୩ରେ ସୀମିତ

ରାଓ୍ବଲପିଣ୍ଡି, ୭ା୨ (ଏଏଫ୍‌ପି)-ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚରେ ପାକିସ୍ତାନ ୨୩୩ ରନରେ ବାଂଲାଦେଶକୁ ଅଲଆଉଟ୍‌ କରିଦେଇଛି। ପେସ୍‌ ବୋଲର ଶାହିନ ଶାହ ଆଫ୍ରିଦୀ ଚମତ୍କାର ବୋଲିଂ କରି ବାଂଲାଦେଶ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ସେ ତାଙ୍କ ୨୧.୫ ଓଭର ବୋଲିଂରେ ୫୩ରନ ବିନିମୟରେ ୪ଟି ଉଇକେଟ ଦଖଲ କରିଥିଲେ। ପେସ୍‌ ବୋଲର ମହମ୍ମଦ ଆବାସ (୨/୧୯) ଏବଂ ସ୍ପିନର ହାରିଶ ସୋହେଲେ (୨/୧୧) ଦୁଇଟି ଲେଖାଏଁ ଉଇକେଟ ନେଇଥିଲେ। ଗ୍ରିନିଶ-ୟଲୋ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ବାଂଲାଦେଶକୁ ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିବା ଯଥାର୍ଥ ବୋଲି ପାକିସ୍ତାନ ବୋଲରମାନେ ପ୍ରମାଣିତ କରିଥିଲେ। ବାଂଲାଦେଶ ଅଲ୍‌ ଆଉଟ ହେବା ପରେ ଆଉ ୫ ଓଭର ଖେଳ ବାକି ରହିଥିଲା। ବ୍ୟାଡ୍‌ ଲାଇଟ୍‌ ଯୋଗୁ ଅମ୍ପାୟର ଖେଳକୁ ସ୍ଥଗିତ ଘୋଷଣା କରିଥିଲେ। ମହମ୍ମଦ ମିଥୁନ ଯଦି ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ନ ଥାନ୍ତେ ତାହେଲେ ବାଂଲାଦେଶର ପ୍ରଥମ ଇନିଂସ ୨୦୦ ରନ ମଧ୍ୟରେ ସୀମିତ ରହିଯାଇଥାନ୍ତା। ମିଥୁନ ୧୯୩ ମିନିଟ ଧରି କ୍ରିଜ୍‌ରେ ଜମି ରହିବା ସହ ୭ ଚୌକା ଓ ଗୋଟିଏ ଛକା ସହ ୬୩ ରନ କରିଥିଲେ। ବାଂଲାଦେଶ ଏକଦା ୧୬୧/୬ରେ ସଂଘର୍ଷ କରୁଥିବାବେଳେ ମିଥୁନ ଓ ତାଇଜୁଲ ଇସ୍‌ଲାମ (୨୪ରନ) ୭ମ ଉଇକେଟରେ ମୂଲ୍ୟବାନ ୫୩ ରନ ଯୋଗ କରିଥିଲେ।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ପ୍ରଥମ ଇନିଂସ: ୮୨.୫ ଓଭରରେ ୨୩୩/ଅଲ ଆଉଟ (ମହମ୍ମଦ ମିଥୁନ-୬୩, ନାଜମୁଲ ହୋସେନ୍‌ ସାଣ୍ଟୋ-୪୪, ଲିଟନ ଦାସ-୩୩, ଶାହିନ ଆଫ୍ରିଦୀ-୪/୫୩)।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri