ବାଂଶଡ଼ା ସେତୁ ଲାଗି କଂଗ୍ରେସର ଆନ୍ଦୋଳନ: ଭଦ୍ରକ-ଧାମରା ରେଳଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମନ୍ତେଈ ନଦୀ ଉପରେ ନିର୍ମାାଣାଧୀନ ବାଂଶଡ଼ା ସେତୁ ଦୀର୍ଘଦିନ ହେବ ଅଧାପନ୍ତରିଆ ହୋଇ ପଡ଼ିରହିଛି । ୨୦୧୩ ମସିହାରେ ଏହାର ନିର୍ମାଣ ଆରମ୍ଭ ହୋଇ ୨୦୧୬ରେ ଶେଷ ହେବାକୁ ଥିବା ବେଳେ ଏହା ଏବେ ଅଧାରେ ଅଟକିଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଚାନ୍ଦବାଲି ବ୍ଲକ କଂଗ୍ରେସ ଡାକରାରେ କେତେଜଣ କଂଗ୍ରେସ କର୍ମୀ ବାଂଶଡ଼ା ରେଳପୋଲ ନିକଟରେ ରେଳରୋକୋ କରିଛନ୍ତି । ଫଳରେ ଭଦ୍ରକ-ଧାମରା ରେଳଲାଇନରେ ମାଲବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । କଂଗ୍ରେସ କର୍ମୀ ବାଂଶଡ଼ା ଫେରିଘାଟ ବନ୍ଦ କରିବା ସହିତ ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । ଏହି ଆନ୍ଦୋଳନ ସକାଳ ୮ ଟାରୁ ଆରମ୍ଭହୋଇ ଅପରାହ୍ନ ୫ ଟାରେ ଶେଷ ହେବାକୁ ସ୍ଥିର ହୋଇଥିଲା । ମାତ୍ର ଖବର ପାଇ ଚାନ୍ଦବାଲି ଏସ୍‌ଡିପିଓ, ଧାମରା ବନ୍ଦର କର୍ତ୍ତୃପକ୍ଷ, ସ୍ବତନ୍ତ୍ର ଭୂ ଅର୍ଜନ ଅଧିକାରୀ, ବିଭାଗୀୟ ଯନ୍ତ୍ରୀ ଆନ୍ଦୋଳନ ସ୍ଥଳରେ ପହଞ୍ଚିଥିଲେ । କେତେକ ବୈଷୟିକ ତ୍ରୁଟି ପାଇଁ କାମ ଅଧାରେ ଅଟକିଥିବା ବେଳେ ଖୁବ୍‌ ଶୀଘ୍ର ଏହା ଆରମ୍ଭ ହେବାକୁ ବିଭାଗୀୟ ଯନ୍ତ୍ରୀ ପ୍ରତିଶ୍ରୁତି ଦେବାରୁ ମଧ୍ୟାହ୍ନରେ ଆନ୍ଦୋଳନ ବନ୍ଦ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?