ବାଇକକୁ ସ୍କାନ୍‌ଷ୍ଟିଲ ବସ୍‌ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ

ବଡଗାଁ, ୨୪।୭(ଡି.ଏନ୍‌.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି ପ୍ରାୟ ୮ଟାରେ ତୁଡାଲଗା ଗ୍ରାମର ସିମଲ ଜଗତ(୨୬) ଓ ରକି ବାରିକ(୨୫) ବାଇକ୍‌ରେ ବଡଗାଁରୁ ଘରକୁ ଫେରୁଥିବା ବେଳେ ସ୍କାନ୍‌ଷ୍ଟିଲ କମ୍ପାନୀର ଏକ ବସ୍‌ ବାଇକକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେମାନେ ଆହତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ହେଲେ ଉଦ୍ଦେଶ୍ୟମୂଳକ ଭାବେ ବସ୍‌ ଚାଳକ ବାଇକ୍‌କୁ ଧକ୍କା ଦେଇ ହତ୍ୟା ଉଦ୍ୟମ କରିଥିବା ନେଇ ରବିବାର ରାତିରେ ପରିବାର ଲୋକେ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ହେଲେ ପୋଲିସ ଅଭିଯୋଗକୁ ଗୁରୁତ୍ୱ ଦେଇ ନ ଥିଲା। ଏହି ଘଟଣା ପରେ ଗ୍ରାମବାସୀଙ୍କ ମଧ୍ୟରେ ଏକ ଆଲୋଚନା ହୋଇଥିଲା। ଆଲୋଚନାରେ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଅପରାହ୍ନରେ ୨ଶହରୁ ଊର୍ଦ୍ଧ୍ୱ ମହିଳା ପୁରୁଷ ଥାନାରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ହତ୍ୟା ଉଦ୍ୟମ କରିଥିବା ବସ୍‌ ଚାଳକ ଜଗଦୀଶଙ୍କୁ ଗିରଫ କରି ବସ୍‌ ଜବତ କରିବାକୁ ଦାବି କରିଥିଲେ। ଏନେଇ ଗ୍ରାମବାସୀ ତଲସରା ବିଧାୟକ ଭବାନୀ ଭୋଇଙ୍କୁ ଫୋନରେ ଜଣାଇଥିଲେ। ବିଧାୟକ ଭୋଇ ଏସ୍‌ପି ସୌମ୍ୟ ମିଶ୍ରଙ୍କୁ ଜଣାଇବା ପରେ ରାତି ପ୍ରାୟ ସାଢ଼େ ୭ଟାରେ ସେ ଥାନାରେ ପହଞ୍ଚି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ପରେ ଏସ୍‌ପି ମିଶ୍ର ଘଟଣାର ତଦନ୍ତ ଦାୟିତ୍ୱ ଜଣେ ଡିଏପ୍‌ପିଙ୍କୁ ଦେବା ସହ ବସ୍‌ ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟପକ୍ଷେ ପୋଲିସ ଏକ ମାମଲା(ନଂ.୧୦୬/୧୯) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ବିବାଦ ଉପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଭାରତ ମଧ୍ୟସ୍ଥତା ଚେଷ୍ଟା….

ନୂଆଦିଲ୍ଲୀ,୨୨ା୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧)…

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୨।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri