ଦିଗପହଣ୍ଡି,୧୫ା୧୦(ଡି.ଏନ୍.ଏ.)-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରେ ବାଇକ୍ ଡିକିରୁ କୌଣସି ଦୁର୍ବୃତ୍ତ ଜଣେ ଚାଷୀଙ୍କ ୨ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଚାଷୀ ଜଣକ ହେଲେ କୈଠଡା ପଞ୍ଚାୟତ ଗୁହାଳପୁର ଗ୍ରାମର ସତ୍ୟ ନାରାୟଣ ଅଧିକାରୀ। ନଂ. ୨୦୭/୧୯ ଦଫା ୩୭୯ରେ ମାମଲା ରୁଜୁ କରି ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀ ୨ ଜଣ ଯୁବକଙ୍କୁ ଅଟକ ରଖିଛନ୍ତି।
ସତ୍ୟନାରାୟଣଙ୍କ କହିବା ପ୍ରକାରେ, ସେ ଧାନ ବିକ୍ରି କରି ପାଇଥିବା ୨ ଲକ୍ଷ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ଦିଗପହଣ୍ଡି ଆନ୍ଧ୍ର ବ୍ୟାଙ୍କକୁ ଆସିଥିଲେ। ପାନ କାର୍ଡ ନ ଥିବାରୁ ଶାଖା ପରିଚାଳକ ମନା କରିଦେଇଥିଲେ। ତେଣୁ ସେ ଟଙ୍କା ଆଣି ବାଇକ ଡିକିରେ ରଖି ଷ୍ଟେଟ ବ୍ୟାଙ୍କକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଡିକି ଖୋଲା ଥିବା ଏବଂ ସେଥିରେ ଟଙ୍କା ନ ଥିବା ଦେଖିଥିଲେ। ପରେ ଥାନାରେ ପହଞ୍ଚତ୍ ଏତଲା ଦେଇଥିଲେ।
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...
ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...
Archives


