ବାଇପାସ୍‌ରେ ଯୋଡ଼ିହେବ ଆଳତୁମା-ମାଳପୁରା : ଖର୍ଚ୍ଚ ହେବ ୨୦.୧୧ କୋଟି

କାମାକ୍ଷାନଗର, ୧୦।୮(ଡି.ଏନ.ଏ.) – ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ ୫୩ନଂ. ଜାତୀୟ ରାଜପଥକୁ ସଂଯୋଗ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ବାଇପାସ୍‌ ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ଚୂଡ଼ାନ୍ତ ନକ୍ସା ପ୍ରସ୍ତୁତ କାର୍ଯ୍ୟ ଶେଷ ହୋଇଛି। ୭.୭ କିମି ଦୈର୍ଘ୍ୟ ବିଶିଷ୍ଟ ଉକ୍ତ ରାସ୍ତା ନିର୍ମାଣରେ ୨୦ କୋଟି ୧୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବାକୁ ବ୍ୟୟବାରାଦ କରାଯାଇଛି। ଏଥିପାଇଁ ଆବଶ୍ୟକ ଟେଣ୍ଡର ପ୍ରକ୍ରିୟା ଏବଂ ଜମି ଅଧିଗ୍ରହଣ ଶେଷ ହୋଇଛି। ଶୁକ୍ରବାର ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ହରିପାଲ, କନିଷ୍ଠ ଯନ୍ତ୍ରୀ ଦୀପ୍ତିମୋହନ ମଲ୍ଲିକ ପ୍ରମୁଖ କର୍ମଚାରୀଙ୍କ ସହ ଉପସ୍ଥିତ ରହି ମାପଚୁପ କରିଛନ୍ତି। କିଛି ଦିନ ମଧ୍ୟରେ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି।
ଢେଙ୍କାନାଳ-କାମାକ୍ଷାନଗର ରାସ୍ତାରେ କାମାକ୍ଷାନଗରଠାରୁ ୫୩ନଂ. ଜାତୀୟ ରାଜପଥର ଦୂରତା ୩୫ କିମି। ସେଠାରୁ ଗୋଟିଏ ପାର୍ଶ୍ୱରେ ତାଳଚେର ଏବଂ ଅନ୍ୟ ପାର୍ଶ୍ୱରେ ଭୁବନ ଅବସ୍ଥିତ। ଏବର ଯୋଜନା ଅନୁଯାୟୀ, ଜାତୀୟ ରାଜପଥଠାରୁ ୨କିମି ପୂର୍ବରୁ ରେକୁଳାଠାରୁ ମାଳବନ୍ଧ ଦେଇ ଆଳତୁମାକୁ ବାଇପାସ୍‌ ରାସ୍ତା ନିର୍ମାଣ ହେବ, ଯାହାର ଦୈର୍ଘ୍ୟ ରହିଛି ୩ କିମି ୫୪୦ମିଟର। ସେହିପରି ରେକୁଲାରୁ ମାଳପୁରାକୁ ଅନୁରୂପ ଭାବେ ମାଳବନ୍ଧ ଦେଇ ରାସ୍ତା ନିର୍ମାଣ କରାଯିବ। ଏହାର ଦୈର୍ଘ୍ୟ ୪କିମି ୧୮୦ ମିଟର। ଉଭୟ ରାସ୍ତା ରେକୁଳାରୁ ଜାତୀୟ ରାଜପଥକୁ ସଂଯୋଗ କରିବ। ଫଳରେ ଭୁବନକୁ ପାଖାପାଖି ୧୦ କିମି ଏବଂ ତାଳଚେରକୁ ୬କିମି ବ୍ୟବଧାନ କମିଯିବ। ଏତଦ୍‌ବ୍ୟତୀତ ପାର୍ବଣ ସମୟରେ ଟ୍ରାଫିକ୍‌ ସମସ୍ୟାରୁ ମୁକ୍ତି ମିଳିବ। ଦୁଇଟି କ୍ୟାଲେଣ୍ଡର ବର୍ଷ ଅର୍ଥାତ୍‌ ୨୦୨୨ ମଧ୍ୟ ଭାଗ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ବାଇପାସ୍‌ ନିର୍ମାଣ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ରହିଥିଲା। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri