ବାଉଣ୍ଡ୍ରି ଗଣିତ ନିୟମକୁ ପୂର୍ବତନ କ୍ରିକେଟରଙ୍କ ସମାଲୋଚନା

ନୂଆଦିଲ୍ଲୀ,୧୫।୭(ପିଟି)- ଗୌତମ ଗମ୍ଭୀରଙ୍କ ବ୍ୟତୀତ ପୂର୍ବତନ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ବାଉଣ୍ଡ୍ରି ଗଣିତ ଦ୍ୱାରା ବିଶ୍ୱ ଚାମ୍ପିୟନ ନିର୍ଦ୍ଧାରଣ କରାଯିବା ପ୍ରକ୍ରିୟାକୁ ସମାଲୋଚନା କରିଛନ୍ତି। ରବିବାର ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଟାଇ ରହିବା ଯୋଗୁ ସୁପର ଓଭର ସହାୟତା ନିଆଯାଇଥିଲା। ହେଲେ ସୁପର ଓଭର ମଧ୍ୟ ଟାଇ ରହିଥିଲା। ଫଳରେ ଅପେକ୍ଷାକୃତ ଅଧିକ ବାଉଣ୍ଡ୍ରି ମାରିଥିବା ଦଳକୁ ବିଜେତା ଘୋଷଣା କରାଯାଇଥିଲା। ଇଂଲଣ୍ଡ ଦଳ ମ୍ୟାଚ୍‌ ଓ ସୁପର ଓଭରରେ ୨୨ ଚୌକା ଓ ୨ ଛକାକୁ ମିଶାଇ ମୋଟ ୨୪ ବାଉଣ୍ଡ୍ରି ଲଗାଇଥିଲା। ଫାଇନାଲରେ ନ୍ୟୁଜିଲାଣ୍ଡ ମୋଟ ୧୬ ବାଉଣ୍ଡ୍ରି ମାରିଥିଲା। ବିଶ୍ୱକପ୍‌ ଫାଇନାଲରେ ଏହି ଗେମ୍‌ର ଫଳାଫଳ କେମିତି ବାହାରିଲା ବୁଝାପଡ଼ୁନାହିଁ। ଅଧିକ ବାଉଣ୍ଡ୍ରି ମାରିଥିବା ଦଳକୁ ବିଜେତା ଧରି ନେବା ଏକ ହାସ୍ୟାସ୍ପଦ ନିୟମ। ଫାଇନାଲ ମ୍ୟାଚ୍‌ ଟାଇ ଭାବେ ଶେଷ ହେବା ଉଚିତ ଥିଲା। ଉଭୟ ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ଦଳକୁ ରୋମାଞ୍ଚକ ଫାଇନାଲ ପାଇଁ ଶୁଭେଚ୍ଛା ବୋଲି ଗମ୍ଭୀର ଟୁଇଟ୍‌ କରିଛନ୍ତି। ୨୦୧୧ ବିଶ୍ୱକପ ଚାମ୍ପିୟନ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଯୁବରାଜ ସିଂ ଟୁଇଟ୍‌ କରିଛନ୍ତି, ମୁଁ ଆଇସିସି ନିୟମ ସହ ଏକମତ ନୁହେଁ। କିନ୍ତୁ ନିୟମ ଯାହା ଧାର୍ଯ୍ୟ ହୋଇଛି, ତାହା ପରିବର୍ତ୍ତନ ହୋଇପାରିବ ନାହିଁ। ଚାମ୍ପିୟନ ଇଂଲଣ୍ଡକୁ ଶୁଭେଚ୍ଛା। ନ୍ୟୁଜିଲାଣ୍ଡ ଦଳର ଖେଳାଳିଙ୍କ ପ୍ରତି ମୋର ସହାନୁଭୂତି ରହିଛି। ପୂର୍ବତନ ନ୍ୟୁଜିଲାଣ୍ଡ ଅଲରାଉଣ୍ଡ ସ୍କଟ୍ଟ ଷ୍ଟାଇରିସ ଓ ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡିନ ଜୋନ୍ସ ଆଇସିସି ନିୟମକୁ ଏକ ଜୋକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri