ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ। ସେ କହିଛନ୍ତି, ଘଟଣାକୁ ନେଇ କମିଟଇ ଗଠନ ନିନ୍ଦନୀୟ। ଚୋର ହାତରେ ଚାବିକାଠି ଭଳି। ଯିଏ ବାଉନ୍ସର ଆଣିଥିଲେ ସେ କମିଟି ଗଠନ ନିର୍ଦ୍ଦେଶ ଦେବା ଅର୍ଥ ତଦନ୍ତ କରାଇବା ନୁହେଁ। ନିଜ ଉପରୁ କଳଙ୍କ ଛଡ଼ାଇବା ପାଇଁ ଏହା ଏକ ଅପଚେଷ୍ଟା ବୋଲି ସେ କହିଛନ୍ତି। ଏହାଛଡ଼ା ପିସିସି ସଭାପତି ଓ ତାଙ୍କ ପୁଅ ନିଜେ ବାଉନ୍ସର ଆଣିଥିବା ସେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନ ଖରାପ ହେବା ନେଇ ସମୀକ୍ଷା ବୈଠକରେ ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଗତ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବତନ ଛାତ୍ର କଂଗ୍ରେସ ପୂର୍ବତନ ଆବାହକ ଇତିଶ ପ୍ରଧାନ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ। ଦଳୀୟ କାର୍ଯ୍ୟାଳୟରେ ଏଭଳି ପରିସ୍ଥିତି ଲାଗି ରହିଥିବାବେଳେ ବାଉନ୍ସରଙ୍କୁ ଆସି ଜଗିବାର ଚିତ୍ର ଲକ୍ଷ୍ୟ କରାଯାଇଥିଲା। ନିରଞ୍ଜନଙ୍କ ସୁରକ୍ଷା ପାଇଁ ସେମାନଙ୍କୁ ଡକାଯାଇଥିବା ଜଣାପଡ଼ିଥିଲା।ଘଟଣାକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଥିବା ବେଳେ ଗୁରୁବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ତିନି ଜଣିଆ କମିଟି ଗଠନ କରାଯାଇଛି। ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳଙ୍କ ନେତୃତ୍ୱରେ ଗଠିତ କମିଟିରେ କଂଗ୍ରେସର ବରିଷ୍ଠ ନେତା ବଟକୃଷ୍ଣ ତ୍ରିପାଠୀ ଏବଂ ନିଶିକାନ୍ତ ମିଶ୍ର ସଦସ୍ୟ ରହିଛନ୍ତି। ଖୁବ୍‌ଶୀଘ୍ର ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ପିସିସି ତରଫରୁ କମିଟିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri