Posted inଜାତୀୟ

ବାଗଜାନ ଗ୍ୟାସ କୂଅ ଅଗ୍ନିକାଣ୍ଡ ଘଟଣାରେ ୨ଅଗ୍ନିଶମ କର୍ମଚାରୀ ମୃତ

ଗୁଆହାଟି,୧୦।୬: ଆସାମ ତିନିସୁକିଆ ଜିଲାର ବାଗଜାନ ସ୍ଥିତ ତୈଳ କୂଅରେ ଘଟିଥିବା ଅଗ୍ନିକାଣ୍ଡ ଦିନକୁ ଦିନ ସାଂଘାତିକ ହେବାରେ ଲାଗିଛି। ଅଏଲ୍‌ ଇଣ୍ଡିଆ କମ୍ପାନୀର ବାଗଜାନ ଗ୍ୟାସ କୂଅରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ପ୍ରାୟ ୪ ସପ୍ତାହରୁ ଊର୍ଦ୍ଧ୍ୱ ଲାଗିବ ବୋଲି କୁହାଯାଉଛି। ଏଥିସହ ଉକ୍ତ ଅଗ୍ନିକାଣ୍ଡରେ ଅଗ୍ନିଶମ ବିଭାଗର ୨ଜଣ କର୍ମଚାରୀଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ଅଏଲ୍‌ ଇଣ୍ଡିଆ ଲିମିଟେଡ୍‌ର ମୁଖପାତ୍ର ତ୍ରିଦିବ ହଜାରିକା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମେ ୨୭ରେ ବାଗଜାନ ସ୍ଥିତ ଅଏଲ୍‌ ଇଣ୍ଡିଆ କମ୍ପାନୀର ଗ୍ୟାସ କୂଅ ଲିକ୍‌ ହେବା ଯୋଗୁ ତୈଳ ନିର୍ଗତ ହୋଇଥିଲା। ଏହି ଲିକ୍‌ ଯୋଗୁ ମଙ୍ଗଳବାର ଭୟାନକ ବିସ୍ଫୋରଣ ହୋଇଥିଲା। ଏହି ନିଆଁ ଏତେ ତୀବ୍ର ଥିଲା ଯେ ପ୍ରାୟ ୨-୩ କିଲୋମିଟର ଦୂରରୁ ନିଆଁର ଶିଖା ଦେଖାଯାଉଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଟିମ୍‌ ନିଆଁକୁ ଆୟତ୍ତ କରିବାକୁ ପହଞ୍ଚିଥିଲେ। ନିଆଁକୁ ଆୟତ୍ତ କରିବା ସମୟରେ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ନିର୍ଗତ ହେଉଥିବା ତୈଳକୁ ରୋକିବା ପାଇଁ ସିଙ୍ଗାପୁର କମ୍ପାନୀର ବିଶେଷଜ୍ଞ ଟିମ୍‌ ସୋମବାର ଆସାମର ଦୁଲିଆଜାନ ଟାଉନରେ ପହଞ୍ଚିଛନ୍ତି ବୋଲି ଅଏଲ୍‌ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri