ରାଇରଙ୍ଗପୁର,୨୪ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ ବିଟ୍ ହାଉସ୍ ଫରେଷ୍ଟର ଅଜିତ କୁମାର ମହାନ୍ତି ଗୁରୁବାର ସଦଳବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାସ୍ଥଳରେ ପାଦ ଚିହ୍ନ ଦେଖି ଏହା ଚିତା ବାଘ ବୋଲି ବନ ବିଭାଗ କର୍ମଚାରୀ କହିଛନ୍ତି। ମୃତ ବଳଦଟି ସରଗଡ଼ା ଗ୍ରାମ ଦଳେଇଡ଼ିହି ବସ୍ତିର ବୁବେଲ ସର୍ଦ୍ଦାରଙ୍କର ବୋଲି ଚିହ୍ନଟ କରାଯାଇଛି। ଏନେଇ ବନ ବିଭାଗ ଏକ ମାମଲା ରୁଜୁ କରିଛି।
ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…
ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…
ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ
ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…
ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ
ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…
Archives

