ବାଘ ଆକ୍ରମଣରେ ମଇଁଷି ଗୁରୁତର: ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ

ଠାକୁରମୁଣ୍ଡା, ୨୮।୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅଞ୍ଚଳବାସୀ ଏବେ ବାଘକୁ ନେଇ ଭୟଭୀତ ହୋଇପଡ଼ିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଠାକୁରମୁଣ୍ଡା-ଶରତ ମୁଖ୍ୟ ରାସ୍ତାରେ ଏକ ମଇଁଷି ପଲକୁ ବାଘ ଆକ୍ରମଣ କରିଛି। ଏଥିରେ ଏକ ଅଣ୍ଡିରା ମଇଁଷି ଗୁରୁତର ହୋଇଛି। ଏହି ସମୟରେ ଉକ୍ତ ରାସ୍ତାଦେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଏହା ଦେଖି ସେଠାରେ ଅଟକି ଯାଇଥିଲା। ଫଳରେ କିଛି ସମୟ ପରେ ବାଘ ଉକ୍ତ ସ୍ଥାନ ଛାଡି ପଳାଇଯାଇଥିଲା। ୧୦୮ କର୍ମଚାରୀଙ୍କଠାରୁ ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ମଇଁଷିକୁ ଉଦ୍ଧାର କରିବା ସହ ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ କର୍ମଚାରୀ ପ୍ରାଣୀ ବିଭାଗ କର୍ମଚାରୀଙ୍କ ସହାୟତାରେ ମଇଁଷିର ଚିକିତ୍ସା କରିଛନ୍ତି। ବାଘ ଆକ୍ରମଣର ଶିକାର ମଇଁଷି ନିକଟ ଡଙ୍ଗାଡିହା ଗ୍ରାମର ଲକ୍ଷ୍ମଣ ହୋତାଙ୍କର ବୋଲି ଜଣାପଡିଛି। ତେବେ ଉକ୍ତ ବାଘ କଲରପତରିଆ ବୋଲି ବନପାଳ ଗିରିଜା ନନ୍ଦନ ଦଳେଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri