ବାଘ ଛାଲ ଜବତ ଘଟଣା: ୪ କୋର୍ଟ ଚାଲାଣ

ଠାକୁରମୁଣ୍ଡା ,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଧୀନସ୍ଥ ଟଙ୍ଗାବିଲାଠାରେ ଥିବା ଏକ ପରିତ୍ୟକ୍ତ ଘରେ କଲରାପତରିଆ ବାଘ ଚମଡ଼ାକୁ ବିକ୍ରି ପାଇଁ ମସୁଧା ଚାଲିଥିଲା। ଖବରପାଇ ଶନିବାର ବନ ବିଭାଗର ଏକ ଟିମ୍‌ ସେଠାରେ ଚଢ଼ାଉ କରି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ କାବୁ କରିବା ସହ ବିକ୍ରି ହେବାକୁ ଥିବା ବାଘ ଚମଡା ସହିତ ଏକ ବାଇକକୁ ଜବତ କରିଛି। ପରେ ଏହି ର଼୍ୟାକେଟରେ ସମ୍ପୃକ୍ତ ଥିବା ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ କର୍ମଚାରୀଙ୍କୁ ମିଶାଇ ମୋଟ ୪ ଜଣକୁ କୋର୍ଟ ଚାଲାଣ କରା ଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ କରଞ୍ଜିଆ ଅଞ୍ଚଳର ସୁବାଷ ସାହୁ, କ୍ଷୀରୋଦ ମହାନ୍ତ, ରଣଜିତ ନାଏକ ଓ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ଗଣେଶ ସିଂ। ଉଦ୍ଧାର ବାଘର ଚମଡ଼ା ୨ ବର୍ଷ ତଳର ବୋଲି ବନ ବିଭାଗ କରିଛି। ଡେପୁଟି ଡ଼ାଇରେକ୍ଟର କପିଳ ପ୍ରସାଦ ଦାସ,ଏସଟିଆର ରେଞ୍ଜର ରାମାକାନ୍ତ ମାଝୀ, ତାଳବନ୍ଧ ରେଞ୍ଜର ମଧୁସ୍ମିତା ଦାସ, ପୋଡ଼ାଡିହା ରେଞ୍ଜର ମଦନ ନାୟକଙ୍କ ସମେତ ବନ କର୍ମଚାରୀମାନେ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri