ବାଙ୍କୀରେ ଡବଲମର୍ଡର ଘଟଣାକୁ ସୋନିଆ ଗାନ୍ଧୀଙ୍କ ନିନ୍ଦା

ବାଙ୍କୀ, ୨୭ା୨ (ସ୍ବ.ପ୍ର): ବାଙ୍କୀରେ ଘଟିଥିବା ଡବଲ ମର୍ଡର ଘଟଣାକୁ ଅଖିଳଭାରତୀୟ କଂଗ୍ରେସ କମିଟି ସଭାପତି ସୋନିଆ ଗାନ୍ଧୀ ନିନ୍ଦା କରିଛନ୍ତି। ଏହି ଘଟଣାରେ ମୃତ୍ୟୁବରଣ କରିଥିବା ଖଜୁରିପଦା (ନୂଆଗାଁ) ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଏବଂ ଖବରଦାତା ଆଦିତ୍ୟ ରଣସିଂହଙ୍କ ପରିବାରକୁ ଗାନ୍ଧୀ ପୃଥକ ଭାବେ ଶୋକବାର୍ତ୍ତା ପଠାଇଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ ସ୍ବର୍ଗତଃ ଭଗବାନ ଓ ଆଦିତ୍ୟ ନିଜ କ୍ଷେତ୍ରରେ ଆଗଧାଡିର ବ୍ୟକ୍ତି ଥିଲେ ବୋଲି ଉଲ୍ଲେଖ କରିଛନ୍ତି। କଂଗ୍ରେସ ଦଳ ଉଭୟଙ୍କ ପରିବାର ସହ ରହିଛି ବୋଲି ସେ ସେଥିରେ ଦର୍ଶାଇଛନ୍ତି। କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଡ.ଦେବାଶିଷ ପଟ୍ଟନାୟକ ମଙ୍ଗଳବାର ସ୍ବଗତଃ ସ୍ବାଇଁ ଓ ରଣସିଂହଙ୍କ ଏକଦଶାହ କାର୍ଯ୍ୟରେ ଯୋଗଦେଇ ଉଭୟଙ୍କ ପରିବାରକୁ ଏହି ଶୋକବାର୍ତ୍ତା ପ୍ରଦାନ କରିଥିଲେ। ଅପରପକ୍ଷେ ଏହି ଘଟଣାର ନିରେପକ୍ଷ ଓ ନ୍ୟାୟିକ ତଦନ୍ତ ଦାବି କରି ବାଙ୍କୀ ସ୍ବାର୍ଥରକ୍ଷା ସମିତି ପକ୍ଷରୁ ବୁଧବାର କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଅପରାହ୍ନରେ ବାଙ୍କୀ ପ୍ରେସକ୍ଲବ ବିଦ୍ୟାରନତ୍ ଭବନରେ ସମିତି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଡକାଯାଇ ସମିତି ପକ୍ଷରୁ ଏହି ହତ୍ୟା ଘଟଣାକୁ ନିନ୍ଦା କରାଯାଇଥିଲା। ରାଜନୀତି ଉଦ୍ଦେଶ୍ୟରେ ସଂଘବଧ ଆକ୍ରମଣ କରି ହତ୍ୟା କରାଯାଇଥିବାରୁ ତଦନ୍ତ ପ୍ରଭାବିତ ହେବାର ଆଶଙ୍କା ରହିଛି। ଘଟଣା ସହ ପରୋକ୍ଷ ଓ ପ୍ରତ୍ୟେକ୍ଷ ଭାବେ ଜଡିତ ସମସ୍ତ ବ୍ୟକ୍ତିଙ୍କୁ ତଦନ୍ତ ପରିସର ଭୁକ୍ତ କରାଗଲେ ପ୍ରକୃତ ଅପରାଧି ଦଣ୍ଡ ପାଇପାରିବେ ବୋଲି ସମ୍ମିଳନୀରେ ସମିତି ସଦସ୍ୟ କହିଥିଲେ। ଏଥିସହ ମୃତକଙ୍କ ପରିବାର ବର୍ଗକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସେମାନେ ଦାବି କରିଥିଲେ। ନଳିନୀ ରାୟ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ବାଙ୍କୀ ସ୍ବାର୍ଥରକ୍ଷା ସମିତି ସଭାପତି ସିଦ୍ଧେଶ୍ୱର ପାଇକରାୟ, ସାଧାରଣ ସମ୍ପାଦକ ସତ୍ୟବ୍ରତ ଦାଶ ଓ ମୃତ ଆଦିତ୍ୟ କୁମାର ରଣସିଂହଙ୍କ ଭାଇ ବିଦିତ୍ୟ ରାୟ ରଣସିଂହ ଏହି ଖବରଦାତା ସମ୍ମିଳନୀରେ ଉପସ୍ଥିତ ରହି ଖବରଦାତାଙ୍କ ସମ୍ମୁଖରେ ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ। ଗତ ୧୫ ତାରିଖ ଅପରାହ୍ନରେ ବାଙ୍କୀ ଥାନା ଅନ୍ତର୍ଗତ କିଆପଲା ଜୋକଲାଞ୍ଜି ଜଳସେଚନ ପ୍ରକଳ୍ପ ନିକଟରେ ଏହି ଡବଲ୍‌ ମର୍ଡର ହୋଇଥିଲା। ଦୁର୍ବୃତ୍ତମାନେ ଭଗବାନ ଓ ଆଦିତ୍ୟଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ଭଗବାନଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଥାନାରେ ମାମଲା (ନଂ.୩୯/୨୦)ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri