ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୂଆଗାଁ ପଞ୍ଚାୟତସ୍ଥିତ ଖଜୁରିପଦା ଗ୍ରାମର ତାରିଆ ପ୍ରଧାନ (୩୮), ପପୁ ପ୍ରଧାନ (୧୯), ଦୀପୁ ବେହେରା ଓରଫ୍‌ ଟେରା (୨୫)। ବିଚାରପତି ଦୀପଙ୍କର ପଟ୍ଟନାୟକ କାଗଜ ପତ୍ର ଯାଞ୍ଚ କରିବା ପରେ ଅଭିଯୁକ୍ତମାନଙ୍କୁ ବାଙ୍କୀ ଉପଖଣ୍ଡ କାରାଗାରକୁ ପଠାଇଦେଇଛନ୍ତି। ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବା ପାଇଁ ଉଦ୍ୟମ ଚାଲିଛି ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ତଥା ତଦନ୍ତକାରୀ ଅଫିସର ପ୍ରସନ୍ନ କୁମାର ବିଶ୍ୱାଳ ପ୍ରକାଶ କରିଛନ୍ତି। ଗତ ୧୫ ତାରିଖ ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାଙ୍କୀ ଥାନା ଅନ୍ତର୍ଗତ କିଆପଲା ଜୋକଲାଞ୍ଜି ଜଳସେଚନ ପ୍ରକଳ୍ପ ନିକଟରେ ଏହି ଡବଲ୍‌ ମର୍ଡର ହୋଇଥିଲା। ଦୁର୍ବୃତ୍ତମାନେ ନୂଆଗାଁ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ଭଗବାନଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଥାନାରେ ଅଭିଯୁକ୍ତମାନଙ୍କ ବିରୋଧରେ ଦଫା ୩୦୨, ୧୪୭,୧୪୮, ୧୨୦(ବି) ଏବଂ ୧୪୯ ଭାରତୀୟ ପିଙ୍ଗଳକୋଡ୍‌ ଅନୁଯାୟୀ ମାମଲା (ନଂ.୩୯/୨୦)ରୁଜୁ କରାଯାଇଛି। ଭଗବାନ ମୃତ୍ୟୁ ପୂର୍ବରୁ ଏକ ଭିଡିଓରେ ୮ରୁ ୯ ଜଣ ଅଭିଯୁକ୍ତଙ୍କ ନାମ ନେଇଥିବା ବେଳେ ପରବର୍ତ୍ତୀ ସମୟରେ କଟକ ଜିଲା ଗ୍ରାମାଞ୍ଚଳ ଆରକ୍ଷୀ ଅଧିକାରୀ ରାଧା ବିନୋଦ ପାଣିଗ୍ରାହୀ ଏହି ଘଟଣାରେ ୧୫ରୁ ୨୦ଜଣ ସାମିଲ୍‌ ଥିବା କହିଥିଲେ। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଫେବୃୟାରୀ ୨୯ରେ ବାଙ୍କୀ ବନ୍ଦ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri