Posted inଜାତୀୟ

ବାଣଭର୍ତ୍ତି ସପୁରି ଖୁଆଇ ହାତୀକୁ ମାରିବା ଘଟଣା:ଦେଶବ୍ୟାପୀ ତୀବ୍ର ପ୍ରତିକ୍ରିୟା

ନୂଆଦିଲ୍ଲୀ/ପାଲାକ୍କଡ,୫ା୬:କେରଳର ମାଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣଭର୍ତ୍ତି ସପୁରି ଖୁଆଇ ହତ୍ୟା କରିବା ଭଳି ଅମାନୁଷିକ ବର୍ବରତାକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ପ୍ରତିଶ୍ରୁତି ଦେଇଛନ୍ତି। ବନ ବିଭାଗ ଘଟଣାର ତଦନ୍ତ କରୁଛି, ଅପରାଧୀଙ୍କୁ ଛଡ଼ାଯିବ ନାହିଁ ବୋଲି ସେ କହିଛନ୍ତି। ୧୫ ବର୍ଷୀୟା ମାଈ ହାତୀ ହତ୍ୟା ଘଟଣାରେ ମନ୍ନର୍‌କ୍କଡ ଜଙ୍ଗଲ ବିଭାଗ ତଦନ୍ତ ଆରମ୍ଭ କରିଥିବାବେଳେ ଅପରାଧୀଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ପ୍ରଦାନ କରାଯିବ ବୋଲି ଦୁଇଟି ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି।
ସପୁରିରେ କେହି ବାଣ ରଖିଥିବାବେଳେ ହାତୀଟି ଏହାକୁ ଖାଇଦେଇଥିଲା। ହାତୀ ପାଟିରେ ବାଣ ବିସ୍ଫୋରଣ ହେବାରୁ ଏହା ଗୁରୁତର ଆହତ ହୋଇଥିଲା। କୋଟ୍ଟପଦମ ପଞ୍ଚାୟତ ଅନ୍ତର୍ଗତ ଥିରୁଭିଝମକୁନ୍ନୁ ଜଙ୍ଗଲରେ ୨୭ ତାରିଖରେ ଉକ୍ତ ହାତୀର ମୃତ୍ୟୁ ଘଟିଥିଲା। ଏହି ହତ୍ୟା ଘଟଣାରେ ୩ ସନ୍ଦିଗ୍ଧଙ୍କ ଉପରେ ନଜର ରଖାଯାଇଛି। ଏହି ମାମଲାରେ ନିଶ୍ଚୟ ନ୍ୟାୟ ମିଳିବ ବୋଲି କେରଳ ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ଏଭଳି ଦୁଃଖଦ ଘଟଣାରେ ପ୍ରତିକ୍ରିୟା ଦେଇ କହିଛନ୍ତି, ହାତୀକୁ ବାଣଭର୍ତ୍ତି ସପୁରି ଖୁଆଇ ମାରିବା ଅତ୍ୟନ୍ତ ବର୍ବରୋଚିତ କାର୍ଯ୍ୟ। ପ୍ରାଣୀଙ୍କୁ ବାଣ ଖୁଆଇ ମାରିବା ଭାରତୀୟ ସଂସ୍କୃତିରେ ନାହିଁ ବୋଲି ସେ କହିଛନ୍ତି। କେନ୍ଦ୍ର ସରକାର ଏହି ଘଟଣାକୁ ଅତି ଗୁରୁତର ସହ ନେଇଛନ୍ତି। ଅପରାଧୀଙ୍କୁ ଧରିବାରେ ସବୁ ପ୍ରକାର ଉଦ୍ୟମ କରାଯିବ ବୋଲି ଜାଭଡେକର ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?