ବାତିଲ ହୋଇନି ବିଇଡି ପରୀକ୍ଷା

ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍‌ ପ୍ରତିକାରକୁ ନେଇ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ସହ ପରୀକ୍ଷାକୁ ମଧ୍ୟ ବାତିଲ କରିଦେଇଛନ୍ତି। କିନ୍ତୁ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟ ଅଧୀନରେ ବିିଇଡି କରୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷା ବାତିଲ ହୋଇନାହିଁ । ଆସନ୍ତା ୨୩ ତାରିଖରେ ଆନ୍ଧ୍ର ପ୍ରଦେଶରେ ଗୁଣ୍ଟୁର ଜିଲାରେ ସେମାନଙ୍କ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶାର ୫ହଜାରରୁ ଅଧିକ ଛାତ୍ରୀଛାତ୍ର ୨୧ରେ ଆନ୍ଧ୍ର ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏନେଇ ଛାତ୍ରଛାତ୍ରୀ ଚିନ୍ତାରେ ପଡ଼ିଯାଇଛନ୍ତି। ସେମାନେ ପରୀକ୍ଷା ବାତିଲ୍‌ କରିବା ପାଇଁ ଗଣମାଧ୍ୟମ ଜରିଆରେ ସରକାରଙ୍କୁ ନିବେଦନ କରିଛନ୍ତିି। ଆନ୍ଧ୍ରପ୍ରଦେଶରେ ଥିବା ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟରେ ଓଡ଼ିଶାର ୨୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଇଡି କରୁଛନ୍ତି। ସେମାନଙ୍କ ଗତ କିଛି ଦିନ ହେବ ପରୀକ୍ଷା ସରିଥିବା ବେଳେ ଆସନ୍ତା ୨୩ ତାରିଖରୁ ପ୍ରାକ୍ଟିକାଲ୍‌ ପରୀକ୍ଷା ଆରମ୍ଭ ହେଉଛି। ଉକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ବିଇଡି କରୁଥିବା ଢେଙ୍କାନାଳ ଜିଲାର ବିଶ୍ୱଜିତ୍‌ ସାମଲଙ୍କ କହିବା ଅନୁଯାୟୀ ମାର୍ଚ୍ଚ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ତାଙ୍କର ପରୀକ୍ଷା ଅଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏବେ ଟ୍ରେନ ଯାତ୍ରା ସବୁଠୁ ଅସୁରକ୍ଷିତ କୁହାଯାଉଥିବା ବେଳେ ଏତେ ସଂଖ୍ୟକ ଛାତ୍ରୀଛାତ୍ର ଆନ୍ଧ୍ର ଯିବାକୁ ନେଇ ଚିନ୍ତାରେ ପଡ଼ିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ

ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର…

କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ…

ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri