ବାତ୍ୟାଞ୍ଚଳ ବୁଲିଲେ କୃଷକ ମୋର୍ଚ୍ଚା ପ୍ରତିନିଧି: ‘କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ’

ଢେଙ୍କାନାଳ ଅଫିସ, ୧୫।୫- ବାତ୍ୟା ‘ଫନୀ’ ପ୍ରଭାବରେ ଢେଙ୍କାନାଳ ଜିଲାର ଆମ୍ବ, କାଜୁ, ପରିବା ଚାଷ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ ଶେଷ ହୋଇଥିବାବେଳେ ମଙ୍ଗଳବାର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରୀୟ ଭାଜପା କୃଷକ ମୋର୍ଚ୍ଚା ପ୍ରତିନିଧି ଦଳ। କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଛନ୍ତି।

ରାଷ୍ଟ୍ରୀୟ କୃଷକ ମୋର୍ଚ୍ଚା ଉପସଭାପତି ମହେଶ୍ୱର ସାହୁ, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର, ହୃଷୀକେଶ ଜେନାଙ୍କ ସମେତ ୫ଜଣିଆ ପ୍ରତିନିଧି ଦଳ ଶଙ୍କରପୁର, ପାମାଳ, ପୌରାଞ୍ଚଳ ଅଧୀନ ସିମିଳିଆ, ସଦର ବ୍ଲକର କାଇମାଟି, କୃଷ୍ଣକୁମାରପୁର ଏବଂ ଗଁଦିଆ ବ୍ଲକ କପିଳାସ, ଦେଓଗାଁ ଆଦି ଅଞ୍ଚଳରେ କ୍ଷତିଗ୍ରସ୍ତ କାଜୁ ଏବଂ ଆମ୍ବ ବଗିଚା ସହ ଚାଷଜମି ବୁଲି ଦେଖିଥିଲେ।

ପ୍ରତିନିଧି ଦଳର ସଦସ୍ୟମାନେ ଜିଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲାପାଳଙ୍କୁ ଭେଟି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ଆମ୍ବ ଚାଷୀଙ୍କୁ ହେକ୍ଟର ପିଛା ୨ ଲକ୍ଷ, କାଜୁ ଚାଷୀଙ୍କୁ ହେକ୍ଟର ପିଛା ୧ ଲକ୍ଷ ଏବଂ ପରିବା ଚାଷୀଙ୍କୁ ହେକ୍ଟର ପିଛା ୫୦ ହଜାର ଟଙ୍କା ଦେବାକୁ ସେମାନେ ଜିଲା ପ୍ରଶାସନର ଦୃଷ୍ଟିଆକର୍ଷଣ କରିଛନ୍ତି। ସେହିପରି ବାତ୍ୟାକୁ ୧୦ଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଠିକ୍‌ ଭାବେ କ୍ଷୟକ୍ଷତି ଆକଳନ ହୋଇପାରିନାହିଁ। ଏହାକୁ ନେଇ କୃଷକ ମୋର୍ଚ୍ଚା ନେତୃବୃନ୍ଦ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନକୁ ତୀବ୍ର ସମାଲୋଚନା କରିଥିଲେ। ବାତ୍ୟାରେ ଲକ୍ଷାଧିକ ଟଙ୍କାର ଆମ୍ବ, କାଜୁ, ପରିବାର ଚାଷ ନଷ୍ଟ ହୋଇଥିବା ରାଷ୍ଟ୍ରୀୟ ଉପସଭାପତି ମହେଶ୍ୱର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri