ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ ପାଇଁ ତାଣ୍ଡବ ରଚାଇଛି। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ଚାଳଘର, ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡିବା ସହିତ ଫସଲ ନଷ୍ଟ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ସମ୍ପର୍କରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ସତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ଠାରୁ ରିପୋର୍ଟ ମିଳିବା ପରେ କ୍ଷୟକ୍ଷତି ଆକଳନ କରାଯିବ। ଏହା ପରେ ଚୂଡାନ୍ତ କ୍ଷୟକ୍ଷତି ରିପୋର୍ଟ ପ୍ରସ୍ତୁତ କରାଯିବ ବୋଲି ଏସଆରସି କହିଛନ୍ତି।
ପ୍ରାଥମିକ ସୂଚନା ଅନୁଯାୟୀ ସାମୁଦ୍ରିକ ଝଡ ମାଡରେ କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲା ଅଧିକ ପ୍ରଭାବିତ ହୋଇଥିବା ବେଳେ ଉପକୂଳବର୍ତ୍ତୀ ୧୨ଟି ଜିଲାରେ ମଧ୍ୟ ଏହାର କିଛି ପ୍ରଭାବ ଅନୁଭୂତ ହୋଇଥିବା ଜଣାପଡିଛି। ଜିଲାପାଳଙ୍କ ଠାରୁ ରିପୋର୍ଟ ମିଳିବା ପରେ କ୍ଷୟକ୍ଷତିକୁ ଆକଳନ କରାଯାଇ ପାରିବ ବୋଲି ଏସଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri