Posted inକଟକ

ବାତ୍ୟା ଅମ୍ଫନ ମୁକାବିଲା ପାଇଁ ସଦର ବିଧାୟକଙ୍କ ସମୀକ୍ଷା

ନିଶ୍ଚିନ୍ତକୋଇଲି,୧୯।୫(ସ୍ବ.ପ୍ର)-ସମ୍ଭାବ୍ୟ ବାତ୍ୟା ଅମ୍ଫନ୍‌କୁ ଦୃଷ୍ଟିରେ ରଖି ମଙ୍ଗଳବାର ନିଶ୍ଚିନ୍ତକୋଇଲି ବ୍ଲକ ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ଅଧିନରେ ଥିବା ୧୪ ପଞ୍ଚାୟତକୁ ନେଇ କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଏକ ସମୀକ୍ଷା ବୈଠକ କରିଛନ୍ତି। ନିଶ୍ଚିନ୍ତକୋଇଲି ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକ ଅଧ୍ୟକ୍ଷା ସବିତା ଓଝା ଅଧ୍ୟକ୍ଷତା କରିଥିଲେ। ପଞ୍ଚାୟତରେ ସ୍ବାସ୍ଥ୍ୟସେବା ଠିକ୍‌ ଅଛି କି ନାହିଁ, ରିଲିଫ୍‌ ସାମଗ୍ରୀ ତଥା ଜରୁରୀକାଳିନ ସେବା ପାଇଁ କି ପ୍ରକାର ବ୍ୟବସ୍ଥା କରାଯାଇଛି ଉପସ୍ଥିତ ଅଫିସରଙ୍କ ସହ ବିଧାୟକ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଡିଓ କର୍ଣ୍ଣଦେବ ସମାଦ୍ଦାର, ତହସିଲଦାର ଜିତେନ୍ଦ୍ର ପାତ୍ର, ଏବିଡିଓ ସୁଶାନ୍ତ ରଣା, ମେଡିକାଲ ଅଫିସର ଅମିତ୍‌ ଜେନା, ବ୍ଲକ ସହକାରୀ ଯନ୍ତ୍ରୀ ଅଶୋକ ନାୟକ, ବେଳାଭୂମି ସାହୁ, ସମତା ଦେବତା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ସରପଞ୍ଚ ସରୋଜ ବେହେରା, ମିନକେତନ ସ୍ବାଇଁ, ସରପଞ୍ଚ ପ୍ରତିନିଧି ନୃସିଂହଚରଣ ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri