ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ

ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍‌ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ ବ୍ଲକର ଲୋକେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଆଲୋଚନା ବେଳେ ସ୍ବୀକାର କରିଥିଲେ। ଧାମରା ଅଞ୍ଚଳ ଗସ୍ତ କରିଥିବା କେନ୍ଦ୍ରୀୟ ଟିମ୍‌ ମଧ୍ୟ ଏହା ଅନୁଭବ କରିଥିଲେ। ଏବେ ରାଜସ୍ବ ଓ କୃଷି ବିଭାଗ ପକ୍ଷରୁ କର୍ମଚାରୀମାନେ ବିଭିନ୍ନ ଅଞ୍ଚଳ ବୁଲି କ୍ଷୟକ୍ଷତିର ଆକଳନ କରି କ୍ଷତିଗ୍ରସ୍ତଙ୍କ ତାଲିକା ପ୍ରସ୍ତୁତ କରୁଛନ୍ତି। ମାତ୍ର ବାତ୍ୟା ହେବାର ୧୧ ଦିନ ବିତିଯାଇଥିଲେ ମଧ୍ୟ ଏଯାଏ କ୍ଷତିଗ୍ରସ୍ଥଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ ହୋଇପାରି ନାହିଁ। ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବରୁ ଆକଳନ କାମ ବିଳମ୍ବ ହୋଇଥିବା କୁହାଯାଉଛି। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତରେ ବିଳମ୍ବ ହେଉଥିବାରୁ ଏହି ଅଞ୍ଚଳରେ କ୍ଷତିଗ୍ରସ୍ତ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ତିତ୍‌ଲିର ସହାୟତା କ୍ଷତିଗ୍ରସ୍ତଙ୍କୁ ମିଳି ନ ଥିବାବେଳେ ଅଧିକାଂଶ କ୍ଷେତ୍ରରେ ତିତ୍‌ଲିର ତଥ୍ୟକୁ ନେଇ କମ୍ପ୍ୟୁଟରରେ ଅଦଳବଦଳ କରି ବୁଲ୍‌ବୁଲ୍‌ କ୍ଷୟକ୍ଷତିର ଆକଳନ କରାଯାଉଥିବା ଆଲୋଚନା ହେଉଛି। ଏପରି ହେଲେ ଅନେକ କ୍ଷତିଗ୍ରସ୍ତ ବାଦ୍‌ ପଡ଼ିବେ ବୋଲି ନାଲଗୁଣ୍ଡାର ସରପଞ୍ଚ ମନୋଜ ଭଳ କହିଛନ୍ତି।
କୃଷି ବିଭାଗର ତଥ୍ୟ ଅନୁସାରେ ଚାନ୍ଦବାଲି ବ୍ଲକରେ ପ୍ରାୟ ୩୩ ହଜାର ହେକ୍ଟର ଜମିରେ ଚଳିତବର୍ଷ ଖରିଫ ଧାନ ଚାଷ ହୋଇଛି। ବିଭାଗର ପ୍ରାଥମିକ ଆକଳନ ଅନୁଯାୟୀ ବାତ୍ୟା ପ୍ରଭାବରେ ଚାନ୍ଦବାଲି ବ୍ଲକ ଓ ଏନ୍‌ଏସିକୁ ମିଶାଇ ମୋଟ୍‌ ୧୭ ହଜାର ୫୦୯ ହେକ୍ଟର ଜମିରେ ଧାନଚାଷ କ୍ଷତି ହୋଇଛି। ଆରଡ଼ି ଅଞ୍ଚଳର ଆରଡ଼ି, ସୁନ୍ଦରପୁର, ନାନ୍ଦପୁର ଏବଂ ଓଳଗ ପଞ୍ଚାୟତର କେତେକ ମୌଜାରେ ୫୦ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଅନ୍ୟ ପଞ୍ଚାୟତଗୁଡ଼ିକରେ ଏହାର ପରିମାଣ ୩୩ ରୁ ୫୦ ପ୍ରତିଶତ ମଧ୍ୟରେ ରହିଛି ବୋଲି ସହକାରୀ କୃଷି ଅଧିକାରୀ ଦେବସ୍ମିତା ମିଶ୍ର ସୂଚନା ଦେଇଛନ୍ତି। ସେହିପରି ରାଜସ୍ବ ବିଭାଗ ପକ୍ଷରୁ ଘରଭଙ୍ଗା ତାଲିକା ଚୂଡାନ୍ତ ହୋଇପାରି ନାହିଁ। ପ୍ରଥମେ ଏହି ସଂଖ୍ୟ ୪ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଥିବାବେଳେ ଏବେ ୧ ହଜାର ମଧ୍ୟରେ ସୀମିତ ରହିବ ବୋଲି ଆଶଙ୍କା କରାଯାଉଛି। କେତେକ ଅଞ୍ଚଳରେ କ୍ଷତିଗ୍ରସ୍ତଙ୍କ ତାଲିକାରେ ନାମ ସ୍ଥାନିତ କରିବାକୁ ଅର୍ଥ ଆଦାୟ ହେଉଥିବା ମଧ୍ୟ ଅଭିଯୋଗ ହେଉଛି। ଏ ସମ୍ପର୍କରେ ତହସିଲଦାର ସତ୍ୟଜିତ ରାଉତଙ୍କୁ ପଚାରିବାରୁ ଅର୍ଥ ଆଦାୟ କଥାକୁ ସେ ଅସ୍ବୀକାର କରିବା ସହିତ ଉପଯୁକ୍ତ ପ୍ରମାଣ ମିଳିଲେ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri