ବାତ୍ୟା ନ ହେବା ପାଇଁ ମା’ଙ୍କୁ ପୂଜାର୍ଚ୍ଚନା

ବ୍ରହ୍ମଗିରି,୬।୧୧(ଡି.ଏନ.ଏ):ଫନୀର ଭୟାବହ ରୂପ ମନରୁ ନ ଲିଭୁଣୁ ପୁଣି ଏକ ବାତ୍ୟା ଖବର ଶୁଣି ପୁରୀ ଉପକୂଳବାସୀ ଆତଙ୍କିତ ହୋଇପଡିଛନ୍ତି। ଏ ନେଇ ବ୍ରହ୍ମଗିରିର ଉପକୂଳ ଗ୍ରାମବାସୀ ଏଥିରୁ ସୁରକ୍ଷା ପାଇଁ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ା ବ୍ରହ୍ମଗିରି ଅଞ୍ଚଳର ଠାକୁର ବାବା ଭୀମେଶ୍ୱରଙ୍କ ନିକଟରେ ସୋମବାର ଜଣେ ଭକ୍ତ ଅଧିଆ ପଡିବା ପରେ ଠାକୁରଙ୍କ ସ୍ବପ୍ନାଦେଶରେ ଏହି ବାତ୍ୟାରୁ ରକ୍ଷାପାଇବା ପାଇଁ ବାରୁଣାବନ୍ତରେ ଶରଣ ପଶ ବୋଲି ନିର୍ଦ୍ଦେଶ ରହିଥିଲା। ଏ ନେଇ ମଙ୍ଗଳବାର ସକାଳୁ ଏହି ଘଟଣା ପ୍ରଚାରିତ ହେବା ପରେ ବ୍ରହ୍ମଗିରି ଅଞ୍ଚଳର ଚାପମାଣିକ, ବେଢାସୁନ୍ଦର, କାଶିଝରିଆ, ପଲଙ୍କ, ମୋଟ, ଚଣ୍ଡିପୁଟ ଆଦି ୨୦ ଖଣ୍ଡି ଗ୍ରାମର ଲୋକେ ଏକଜୁଟ ହୋଇ ବାରୁଣାବନ୍ତ ଅର୍ଥାତ ବାଲିହରଚଣ୍ଡୀ ପୀଠରେ ପୂଜାର୍ଚ୍ଚନା କରିଥିଲେ। ଭୀମେଶ୍ୱରଙ୍କଠାରୁ ଆଜ୍ଞାମାଳ ଆଣି ମା’ଙ୍କ ନିକଟରେ ମଙ୍ଗଳବାର ଦିନତମାମ ନାମ ସଙ୍କୀର୍ତ୍ତନ କରାଯାଇଥିଲା ା ଏ ନେଇ ଐତିହ୍ୟ ବିଶାରଦ ସୁରେନ୍ଦ୍ର ମିଶ୍ର କୁହନ୍ତି ପାକୃତିକ ବିପର୍ଯ୍ୟୟ ପାଇଁ ମା’ ବାଲିହରଚଣ୍ଡୀଙ୍କ ନିକଟରେ ସ୍ଥାନୀୟ ଲୋକଙ୍କ ଅଗାଧ ବିଶ୍ୱାସ ରହିଛି। ଅତୀତରେ ସମୁଦ୍ର କୂଳ ଲଙ୍ଘିବା ସମୟରେ ମା’ ପ୍ରତ୍ୟକ୍ଷ ଭାବେ ତାକୁ ଅବରୋଧ କରିବା ଲୋକକଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri