ବାତ୍ୟା ‘ବୁଲ୍‌ବୁଲ୍‌’: ଯାଜପୁର ବିଦ୍ୟୁତ୍‌ ବିଭାଗର ପ୍ରସ୍ତୁତି

ଯାଜପୁର,୮।୧୧(ନି.ପ୍ର.): ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ନେଇ ଯାଜପୁର ଜିଲା ବିଦ୍ୟୁତ୍‌ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ଜରୁରିକାଳୀନ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ବାତ୍ୟା ମୁକାବିଲା ଲାଗି ବିସ୍ତୃତ ଆଲୋଚନା କରିଛନ୍ତି। ଜରୁରିକାଳୀନ ପରିସ୍ଥିତିରେ ମୁକାବିଲା ପାଇଁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଶୁକ୍ରବାରରୁ କାର୍ଯ୍ୟ କରିବାକୁ ଏଥିରେ ନିଷ୍ପତ୍ତି ନିଆଯାଇଛି। କୁଆଖିଆ ବିଦ୍ୟୁତ୍‌ ଖଣ୍ଡ ନିୟନ୍ତ୍ରଣ କକ୍ଷ ନଂ. ୯୪୩୮୯୦୬୧୦୭ ଯାଜପୁରରୋଡ଼ ନିୟନ୍ତ୍ରଣ କକ୍ଷ ନଂ.୯୪୩୮୯୦୬୧୦୫ ଯାଜପୁର ଟାଉନ ନିୟନ୍ତ୍ରଣ କକ୍ଷ ନଂ. ୯୪୩୮୯୦୬୧୦୬ ଯାଜପୁର ବିଦ୍ୟୁତ୍‌ ମଣ୍ଡଳ ନିୟନ୍ତ୍ରଣ କକ୍ଷ ନଂ.୯୪୩୮୯୦୬୦୯୩ରେ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri